ମିନଗୁର ଗ୍ରାମ ପଞ୍ଚାୟତସ୍ତରୀୟ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତନା କାର୍ଯ୍ୟକ୍ରମ 

ଓଡ଼ିଆ ବାର୍ତ୍ତା/ କଳମପୁର (ଶରତ ଚନ୍ଦ୍ର ସୁନାନୀ): କଳାହାଣ୍ଡି ଜିଲ୍ଲା କଳମପୁର ବ୍ଲକ ଅନ୍ତର୍ଗତ ମିନଗୁର ଧାନମଣ୍ଡି ଠାରେ ପଞ୍ଚାୟତ ସ୍ତରୀୟ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ମିନଗୁର ସରପଞ୍ଚ ନିହାରିକା ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କଳମପୁର ବିଡ଼ିଓ ବିଜୟ କୁମାର ମାଣ୍ଡାଙ୍ଗୀ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ। ଏହାସହ ରାଜ୍ୟ ସରକାରଙ୍କ ଦ୍ବାରା ରୂପାନ୍ତିକରଣ, ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ, ଧାର୍ମିକ ସ୍ଥଳୀ ଗୁଡ଼ିକର ରୂପାନ୍ତରୀକରଣ, ମହିଳା ସଶକ୍ତିକରଣ ଓ ଭିତ୍ତିଭୂମିର ବିକାଶ, ବ୍ୟାଙ୍କିଙ୍ଗ ଭିତ୍ତିଭୂମିର ବିକାଶ, ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକର ରୂପାନ୍ତରୀକରଣ, କ୍ରୀଡ଼ା ଭିତ୍ତିଭୂମିର ବିକାଶ, ଐତିହ୍ୟ ଭିତ୍ତିଭୂମିର ବିକାଶ, ସୁଗମ ପରିବହନ ବ୍ୟବସ୍ଥା ଉପରେ ସଚେତନତା ସୃଷ୍ଟି କରିବା ବିଷୟରେ ଲୋକ ମାନଙ୍କୁ ଏଲଇଡି ମାଧ୍ୟମରେ ମଧ୍ୟ ପ୍ରଦର୍ଶନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ବ୍ଲକ ଉପାଧ୍ୟକ୍ଷ ଚିନ୍ତାମଣି ବେହେରା, କନିଷ୍ଠ ଯନ୍ତ୍ରୀ ସୃତି ରଞ୍ଜନ ସେଠି, ଜିଲ୍ଲା ପରିଷଦ ସଭ୍ୟା ନିବେଦିତା ହଂସ ଓ ଦୁହିତା ମାଝୀ, ବୀଜମରା ସରପଞ୍ଚ ବାଳକୃଷ୍ଣ ମାଝୀ, ବଡ଼କୁଟ୍ରୁ ସରପଞ୍ଚ ଗଣେଶ ପଣ୍ଡା, କଳମପୁର ସରପଞ୍ଚ ପ୍ରତିନିଧି ଚତୁର୍ଭୁଜ ପଣ୍ଡା, ପଣ୍ଡିଗାଁ ସରପଞ୍ଚ କବିତା ଜୈନ, ସହକାରୀ ଯନ୍ତ୍ରୀ ସନ୍ତୋଷ ବେହେରା ପ୍ରମୁଖ ଯୋଗଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ସଙ୍ଗୀତ, ନୃତ୍ୟ, କ୍ରୀଡା ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ଏହି ଅବସରରେ କଲମପୁର ବ୍ଲକରେ କାର୍ଯ୍ୟରତ ସାମ୍ବାଦିକ ମାନଙ୍କୁ ମୂଖ୍ୟ ଅତିଥି ମାନପତ୍ର ସହ ଉପଢୌକନ ଦେଇ ସମ୍ମାନୀତ କରିଥିଲେ। ଏହି କାର୍ଯ୍ୟକ୍ରମରେ ରୁଦ୍ରମୋହନ ନିଆଲ ଓ ନୀଳକଣ୍ଠ ନାଏକ ମଞ୍ଚ ପରିଚାଳନା କରିଥିବା ବେଳେ ମିନଗୁର ଗ୍ରାମ ପଞ୍ଚାୟତର ପିଇଓ ଉମାଶଙ୍କର ସା, ଜିଆର୍‌ଏସ୍ ମଣ୍ଟୁ ପାତ୍ର, ଯୋଗାଣ ସହାୟକ ପ୍ରଦୀପ ସେଠି ପ୍ରମୁଖ ସହଯୋଗ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.