ଭଟାଙ୍ଗପଦର ଠାରେ ନୂଆ ଓଡିଶା ନବୀନ ଓଡ଼ିଶା ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ଭଟାଙ୍ଗପଦର ଗ୍ରାମ ପଞ୍ଚାୟତ ଠାରେ ଜାନୁଆରୀ ସୋମବାର “ଆମ ଓଡ଼ିଶା, ନବୀନ ଓଡିଶା” ଆନୁକୂଲ୍ୟରେ ବିଭିନ୍ନ ବିଭାଗ ପକ୍ଷରୁ ମିଳୁଥିବା ସୁବିଧା ସୁଯୋଗ ବିଷୟରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଭଟାଙ୍ଗପଦର ସରପଞ୍ଚ ଦଶମୀ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶିବାଜୀ ମାଝୀ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଶାଙ୍କ ପାତ୍ର, ଜିଲ୍ଲାପରିଷଦ ସଭ୍ୟା ଅଞ୍ଚଳୀ ମାଝୀ, ସମିତି ସଭ୍ୟ ରୁପେନ୍ଦ୍ର ଛତ୍ରିଆ, ନାଏବ ସରପଞ୍ଚ ପ୍ରମୁଖ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥଲେ। କାର୍ଯ୍ୟକ୍ରମକୁ ସାମ୍ବାଦିକ ଗୋପାଳ ଦାସ ମହାନନ୍ଦ ପରିଚାଳନା କରୁଥିଲେ। କାର୍ଯ୍ୟନିର୍ବାହୀ ଅଧିକାରୀ ମୋହନ ହରିଜନଙ୍କ ତତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିଥି ମାନେ ବିଭିନ୍ନ ବିଭାଗର ଯୋଜନା ସମ୍ପର୍କରେ ଜନସାଧାରଣଙ୍କୁ ବୁଝାଇ ଥିବା ବେଳେ ନବୀନ ସରକାରଙ୍କ ବିଭିନ୍ନ ଯୋଜନାର ସୁଯୋଗ ନେବାକୁ ପରାମର୍ଶ ଦେଇଥିଲେ। ଏଥିରେ ବିଭିନ୍ନ ବିଭାଗ ପକ୍ଷରୁ ଅଧିକାରୀ ଓ କର୍ମଚାରୀ ମାନେ ଷ୍ଟଲ ଖୋଲି ନିଜ ବିଭାଗର ଯୋଜନା ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ। ଏହି କାର୍ଯ୍ୟକ୍ରମକୁ ରୋଜଗାରସେବକ ରାଧାମୋହନ କରୁଆଁ, ଯୋଗାଣ ସହାୟକ, ୱାଡ଼ ସଭ୍ୟ/ସଭ୍ୟା ଏମବିକେ, ସିଆରପି, ଅଙ୍ଗନୱାଡ଼ି କର୍ମୀ, ଆଶା କର୍ମୀ, ସମସ୍ତ ଗାଁସାଥିଙ୍କ ସମେତ ପଞ୍ଚାୟତର ସମସ୍ତ କର୍ମଚାରୀ ପରିଚାଳନାରେ ସହଯୋଗ କରିଥିଲେ। କାର୍ଯ୍ୟକ୍ରମରେ ଗ୍ରାମ ପଞ୍ଚାୟତ ଅଞ୍ଚଳରୁ ହଜାରେରୁ ଉର୍ଦ୍ଧ୍ଵ ମହିଳା ପୁରୁଷ ଉପସ୍ଥିତ ରହିଥିଲେ। ପରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସମାଜିକ ଚାଲି ଚଳନ ଓ ସୁରକ୍ଷାକୁ ନେଇ ସଚେତନ ମୂଳକ ନୃତ୍ୟ ପରିବେଷଣ ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.