ଉଲିକୁପା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଉଲିକୁପା ସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ନୁଆ-ଓ’ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ଅଧ୍ୟକ୍ଷ ଭବାନୀ ପ୍ରସାଦ ନାଏକଙ୍କ ସଭାପତିତ୍ୱରେ ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନର୍ଲା ଗୋଷ୍ଠୀ ଶିକ୍ଷା ଅଧିକାରୀ ତପିମଣି ଜାନି, ବିଶିଷ୍ଟ ଅତିଥି ଭାବେ ନର୍ଲା ଜିଲ୍ଲା ପରିଷଦ ସଦସ୍ୟ ହରିଶଙ୍କର ମାଝୀ, ମୁଖ୍ୟ ବକ୍ତା ଭାବେ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ସରିଆଁର ପ୍ରଧାନଶିକ୍ଷକ ସାଧୁରାମ ଭୋଇ, ସମ୍ମାନିତ ଅତିଥି ଭାବେ ଏସଏମସି ଅଧ୍ୟକ୍ଷ ଦେବେନ୍ଦ୍ର ଶବର, ସରପଞ୍ଚ ଦିପାଞ୍ଜଳୀ ଶବର, ସମିତି ସଭ୍ୟା ନିଳାନ୍ଦ୍ରୀ ସାହୁ ପ୍ରମୁଖ ମଞ୍ଚାସୀନ ରହି ଶିକ୍ଷାର୍ଥୀ ମାନଙ୍କୁ ମାର୍ଗଦର୍ଶନ ପ୍ରଦାନ କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଓଡ଼ିଆ ଭାଷା ସାହିତ୍ୟ ଓ ଜଗନ୍ନାଥ ସଂସ୍କୃତି, ଓଡ଼ିଆ ଜାତିର ଅସ୍ମିତା ଉପରେ ଆଲୋଚନା ହୋଇଥିଲା। ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ବରିଷ୍ଠ ଶିକ୍ଷକ ପର୍ଶୁରାମ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଛାତ୍ରଛାତ୍ରୀମାନେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.