ସୁବର୍ଣ୍ଣପୁରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୁବର୍ଣ୍ଣପୁରର ନବ ନିଯୁକ୍ତ ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାଶ ଏବଂ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ୟଶ ପ୍ରତାପ୍ ଶ୍ରୀମଲ ଙ୍କ ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସ୍ଥାନୀୟ ଜିଲ୍ଲା ପରିଷଦ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ସମ୍ବନ୍ଧୀୟ ୨୮ ଗୋଟି ଅଭିଯୋଗ ଦରଖାସ୍ତ ପଞ୍ଜୀକୃତ ହୋଇଥିଲା ବେଳେ ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୨ ଗୋଟି ସାମୁହିକ ଦରଖାସ୍ତ ୬ ଗୋଟି ଓ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି ପାଇଁ ଦୁଇଟି ଦରଖାସ୍ତ ଗ୍ରହଣ କରାଯାଇଛି ଓ ଗ୍ରହଣ କରାଯାଇଥିବା ଅନ୍ୟ ସମସ୍ତ ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି। ଶିବିରରେ ଜିଲ୍ଲା ର ୪ ଯୋଡ଼ି ଭିନ୍ନକ୍ଷମ ଦମ୍ପତ୍ତି ଙ୍କୁ ଅଢ଼େଇ ଲକ୍ଷ ଟଙ୍କା ଲେଖାଁଏ ଆର୍ଥିକ ସହାୟତା ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଜିଲାପାଳଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା। ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୋନପୁର ସୌମ୍ୟରଞ୍ଜନ ସ୍ଵାଇଁ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଅଶ୍ଵିନୀ କୁମାର ମେହେର, ସୋନପୁର ଉପଜିଲ୍ଲାପାଳ ସୁରଜ ପଟ୍ଟନାୟକ, ଜିଲ୍ଲା ଅତିରିକ୍ତ ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ଦୁର୍ଗା ଦାସ, ସୁବର୍ଣ୍ଣପୁର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ସିଏସଓ ସୁରେଶ ପାଣିଗ୍ରାହୀ, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ଵର ଖାକା, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା କୃଷି ଅଧିକାରୀ ଡଃ ବିଭୁତି ଭୂଷଣ ମିଶ୍ର, ଜିଲ୍ଲା ଉଦ୍ୟାନ କୃଷି ଅଧିକାରୀ ହୃଷିକେଶ ଦାଶ, ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର ଙ୍କ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.