ତ୍ରିଲୋଚନପୁର ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡିଶା ସଚେତନତା ଶିବିର

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ତ୍ରିଲୋଚନପୁର ସରପଞ୍ଚ ଲକ୍ଷ୍ମୀ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ବିଶିଷ୍ଟ ଅତିଥି ଭାବେ ଲାଞ୍ଜିଗଡ଼ ଜୋନ- ୨ ଜିଲ୍ଲାପରିଷଦ ସଦସ୍ୟ ପରୀକ୍ଷିତ ନାଏକ, ମୁଖ୍ୟ ବକ୍ତା ସଂଜୀବ କୁମାର କହଁର, ସମ୍ମାନୀତ ଅତିଥି ଭାବେ ସମିତି ସଭ୍ୟା ସୁଦଶା ପଟ୍ଟନାୟକ, ନାଏବ ସରପଞ୍ଚ ତରୁଣୀ ସେନ ବାଗ, ସମାଜସେବୀ ହରିଶଙ୍କର ପାତ୍ର, ପିଇଡବ୍ଲୁମିଡିଆ ଏସୋସିଏସନ ସଭାପତି ନିଲେଶ କୁମାର ନାଗ, ପ୍ରେସ କ୍ଲବ ସଭାପତି କୈଳାସ ସାହୁ ପ୍ରମୁଖ ଯୋଗ ଦେଇଥିଲେ। ସର୍ବପ୍ରଥମେ ପଞ୍ଚାୟତ ନିର୍ବାହୀ ଅଧିକାରୀ ତାପସ କୁମାର ସାହୁ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ମୁଖ୍ୟ ଅତିଥି ଶ୍ରୀମତି ପାତ୍ର ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନା ଉପରେ ଲୋକଙ୍କୁ ସଚେତନ କରାଇବା ସହ ବର୍ତ୍ତମାନ ପଞ୍ଚାୟତ ସ୍ତରରେ ଭିତିଭୂମିର ବିକାଶ ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱ ଦେଇଛନ୍ତି, ତେଣୁ ମୁଖ୍ୟମନ୍ତ୍ରୀଙ୍କ ବିଭିନ୍ନ ଯୋଜନାକୁ କିପରି ଗ୍ରାମାଞ୍ଚଳରେ ସଫଳ କରିବା ସେନେଇ ଜନସାଧାରଣଙ୍କୁ ପରାମର୍ଶ ଦେଇଥିଲେ। ଏହି ଶିବିରରେ ମୁଖ୍ୟମନ୍ତ୍ରୀଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ବିଷୟରେ ଅତିଥି ମାନେ ଉପସ୍ଥିତ ଜନସାଧାରଣଙ୍କୁ ସଚେତନତା କରାଇଥିଲେ। କାର୍ଯ୍ୟନିର୍ବାହୀ ଅଧିକାରୀ ତାପସ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ସାମ୍ବାଦିକ ଗୋପାଳ ଦାସ ମହାନନ୍ଦ ପରିଚାଳନା କରିଥିବାବେଳେ ଗ୍ରାମ ରୋଜଗାର ସେବକ ରମାକାନ୍ତ ମାଝୀ, ସ୍ଥାନୀୟ ସ୍ଵାସ୍ଥ୍ୟ କର୍ମୀ, ଏମବିକେ, ସିଆରପି, ଅଙ୍ଗନବାଡି କର୍ମୀ, ଆଶାକର୍ମୀ, ଗାଁସାଥୀଙ୍କ ସମେତ ପଞ୍ଚାୟତର ସମସ୍ତ ୱାର୍ଡ ସଭ୍ୟ/ସଭ୍ୟା ଓ ହଜାର ହଜାର ଜନସାଧାରଣ ଯୋଗ ଦେଇଥିଲେ। ପରିଶେଷରେ ଅତିଥିମାନଙ୍କ ଦ୍ବାରା ଆମ ଓଡ଼ିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ତ୍ରିଲୋଚନପୁର ପଞ୍ଚାୟତର ବିକାଶ ମୂଳକ ପୁସ୍ତକର ଉନ୍ମୋଚନ ହୋଇଥିଲା ଓ ତ୍ରିଲୋଚନପୁର ଉଚ୍ଚ ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.