ବିରୋମାଲ ଓ ଭଏଁସାତାଲ ଠାରେ ଆମ ଓଡିଶା ନବୀନ ଓଡିଶା ସଚେତନତନା କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ ନୂଆପଡ଼ା (ରାହୁଲ ବାଗ): ନୂଆପଡା ଜିଲ୍ଲା ସଦର ବ୍ଲକ ବିରୋମାଲ ଓ ଭଏଁସାତାଲ ପଂଚାୟତରେ ଆମ ଓଡିଶା ନବୀନ ଓଡିଶାର ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ନୂଆପଡା ବିଡ଼ିଓ ବିପିନ ବିହାରୀ ଦୀପଙ୍କ ତତ୍ୱାବଧାନରେ ଏବଂ ବିରୋମାଲ ପିଇଓ ସନ୍ତୋଷ ରାଉତଙ୍କ ଅଧକ୍ଷତାରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଜନା ଓ ସମନ୍ୱୟ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ, ଜିଲ୍ଲା ପରିଷଦ ସଭ୍ୟ ଭାନୁ ପ୍ରତାପ ସିଂ ମାଝୀ, ନୂଆପଡା ପଂଚାୟତ ସମିତି ଅଧକ୍ଷା ତାରେଶ୍ବରୀ ସାହୁ, ଉପାଧକ୍ଷ ଦିଲୀପ ନିର୍ମଲକର, ଯୁବ ଆଇନଜିବୀ ଧନୀରାମ ସାହୁ, ସ୍ଥାନୀୟ ସରପଞ୍ଚ ନୀରା ଚନ୍ଦ୍ରକାର, ସମିତିସଭ୍ୟା ଗାୟତ୍ରୀ ମାଝୀ, ସମାଜସେବୀ ଅମରଚନ୍ଦ ଚନ୍ଦ୍ରକାର, ପ୍ରେମ ମାଝୀ, ଦେବେନ ସାହୁ ପ୍ରମୁଖ ମଂଚାସୀନ ଥିଲେ। ଟାନଓ୍ବାଟ ପିଇଓ ପବିତ୍ର ମୋହନ ସାହୁ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ବିଶେଷ ଭାବେ ସହଯୋଗ କରିଥିଲେ। ସେହିପରି ଭଏଁସାତାଲ ଠାରେ ମଧ୍ୟ ଆମ ଓଡିଶା ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନୂଆପଡା ବିଡ଼ିଓ ବିପିନ ବିହାରୀ ଦୀପଙ୍କ ତତ୍ୱାବଧାନରେ ଏବଂ ପିଇଓ ସୁବ୍ରତ ପ୍ରଧାନଙ୍କ ଅଧକ୍ଷତାରେ ଆୟୋଜିତ ଏହି ସଭାରେ ମୁଖ୍ୟ ଅତିଥିଭାବେ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ, ନୂଆପଡା ପଂଚାୟତ ସମିତି ଅଧକ୍ଷା ତାରେଶ୍ବରୀ ସାହୁ, ଉପାଧକ୍ଷ ଦିଲୀପ ନିର୍ମଲକର, ସ୍ଥାନୀୟ ସରପଞ୍ଚ ପ୍ରେମଲାଲ ନାୟକ, ଯୁବ ଆଇନଜିବୀ ଧନୀରାମ ସାହୁ ସମିତିସଭ୍ୟା ରିତା ସାହୁ, ନାୟକ ସରପଞ୍ଚ ପରଶରାମ ପାଣ୍ଡେ, ବେଲଟୁକୁରି ସରପଞ୍ଚ ପ୍ରତିନିଧି ଗୋଲୁ ଚନ୍ଦ୍ରକାର, ବିଶୋରା ସରପଞ୍ଚ ପ୍ରତିନିଧି ମନୋଜ ଦଣ୍ଡସେନା ପ୍ରମୁଖ ମଂଚାସୀନ ଥିଲେ। ଏହି କାର୍ଯ୍ୟକ୍ରମ ବିଭିନ୍ନ ଅନୁଷ୍ଠାନ ସ୍ଥାନୀୟ ବିଦ୍ୟାଳୟର ଛାତ୍ର ଛାତ୍ରୀମାନେ ନୃତ୍ୟ ପରିବେଶଣ କରିଥିଲେ। ତେବେ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ଏବଂ ନିଜର ପଂଚାୟତରେ ହୋଇଥିବା ବିକାଶଧାର ବିଷୟରେ ଲୋକଙ୍କୁ ସଚେତନତା କରାଇବା ହିଁ ଏହି କାର୍ଯ୍ୟକ୍ରମର ମୂଳ ଉଦେଶ୍ୟ। ସାମାଜିକ ବିକାଶକୁ ଗୁରୁତ୍ୱ ଦେଉଥିବାରୁ ଲୋକଙ୍କ ସମସ୍ୟାର ସମାଧାନ ହେବା ସମ୍ପୂର୍ଣ ଭାବେ ସମ୍ଭବ ବୋଲି ଅତିଥିଗଣ ମତ ପ୍ରକାଶ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.