ବେନଗାଁଠାରେ ସଚେତନତା ଶିବିର

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକ ବିଭିନ୍ନ ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା ଆନୁକୂଲ୍ୟରେ ବିଭିନ୍ନ ବିଭାଗ ପକ୍ଷରୁ ମିଳୁଥିବା ସୁବିଧା ବିଷୟରେ ପଞ୍ଚାୟତ ସ୍ତରରେ ସଚେତନତା ଶିବିର ଅନୁଷ୍ଠିତ ହୋଇଛି। ଏହି ପରିପ୍ରେକ୍ଷୀରେ ଆଜି ବେନଗାଁ ସରପଞ୍ଚ ପୁରାଣା ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶିବାଜୀ ମାଝୀ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥଲେ। ଏଥିରେ ମୁଖ୍ୟ ବକ୍ତା ଭାବେ ସହକାରୀ ନିର୍ବାହୀ ଯନ୍ତ୍ରୀ ସାଲଖୁ ହେମ୍ରମ, ବିଶିଷ୍ଟ ଅତିଥି ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲାପରିଷଦ ସଦସ୍ୟ ପରୀକ୍ଷିତ ନାଏକ, ଏପିଇଓ ସଞ୍ଜିତ କୁମାର ପରିଡ଼ା, ବିଜେଡ଼ି ବ୍ଲକ ସଭାପତି ହିମାଦ୍ରୀ ପେସନିଆ, ସମିତି ସଭ୍ୟା ଯଶୋବନ୍ତୀ ନାଏକ, ପୂର୍ବତନ ସରପଞ୍ଚ ପାଲସି ମାଝୀ, ସୁକାନ୍ତି ମାଝୀ, ପୂର୍ବତନ ଭାରତୀୟ ଯବାନ ଦେବେନ୍ଦ୍ର ସାହୁ ପ୍ରମୁଖ ମଞ୍ଚାସିନ ଥିଲେ। କାର୍ଯ୍ୟକ୍ରମକୁ ସାମ୍ବାଦିକ ଗୋପାଳ ଦାସ ମହାନନ୍ଦ ପରିଚାଳନା କରିଥିଲେ। ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ମହାଦେବ ସୁନାନୀଙ୍କ ତତ୍ୱାବଧାନରେ ଉକ୍ତ କାର୍ଯ୍ୟକ୍ରମରେ ଅତିଥି ମାନେ ବିଭିନ୍ନ ବିଭାଗର ଯୋଜନା ସମ୍ପର୍କରେ ଜନସାଧାରଣଙ୍କୁ ବିସ୍ତୃତ ଭାବରେ ବୁଝାଇଥିବା ବେଳେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର ସୁଯୋଗ ନେବାକୁ ପରାମର୍ଶ ଦେଇଥିଲେ। ଏଥିରେ ବିଭିନ୍ନ ବିଭାଗ ପକ୍ଷରୁ ଷ୍ଟଲ ଖୋଲି ନିଜ ବିଭାଗ ଯୋଜନା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ। ଏହି କାର୍ଯ୍ୟକ୍ରମକୁ ରୋଜଗାର ସେବକ ପ୍ରମୋଦ ସାହୁ, ବିଏଫଟି ଭକ୍ତ ବାଗ, ଯୋଗାଣ ସହାୟକ ସୁଶାନ୍ତ ନାଏକ, ୱାର୍ଡ ସଭ୍ୟ, ସଭ୍ୟା, ଏମବିକେ, ସିଆରପି, ଅଙ୍ଗନୱାଡି କର୍ମି, ଆଶା କର୍ମି, ସମସ୍ତ ଗାଁସାଥି ସମେତ ପଞ୍ଚାୟତର ସମସ୍ତ କର୍ମଚାରୀ କାର୍ଯ୍ୟାକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.