କଳାହାଣ୍ଡି/ ଓଡ଼ିଆ ବାର୍ତ୍ତା (ହେମନ୍ତ ସାହୁ): ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାର ସଫଳତା ନେଇ କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଳକ ପ୍ରଶାସନ ପକ୍ଷରୁ ମାଣିକେରା ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସରପଞ୍ଚ ଫଗୁଣ ପାତ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟା ମଞ୍ଜୁଲତା ଧରୁଆ, ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲକ୍ଷ୍ମଣ ପ୍ରଧାନ, ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ କୁଳମଣି ସିଂହ ରାୟ, ସମିତି ସଭ୍ୟା ରାଜ କୁମାରୀ ସୁନା, ସମାଜସେବୀ ବିକାଶ ରଞ୍ଜନ ସିଂହଦେଓ, ସତ୍ୟ ନାରାୟଣ ସାହୁ, ପ୍ରଦୀପ ପାଣିଗ୍ରାହୀ , ଶଙ୍କର ସୁନା, ରବି ଚନ୍ଦ୍ର ଧରୁଆ, ସାମ୍ବାଦିକ ପ୍ରଦୀପ କୁମାର ସାହୁ, ପ୍ରଧାନ ଶିକ୍ଷକ ଶିବ ଶଙ୍କର କର ଯୋଗ ଦେଇଥିଲେ। ସ୍ଥାନୀୟ ଲୋକଙ୍କ ଅଭିଯୋଗ ଏବଂ ଆବଶ୍ୟକକୁ ଭିତି କରି ନିର୍ମାଣ ହୋଇଥିବା ବିଭିନ୍ନ ଉନ୍ନୟନ ପ୍ରକଳ୍ପର କାର୍ଯ୍ୟର ବିକାଶ ନେଇ ଲୋକଙ୍କୁ ସଭା ମାଧ୍ୟମରେ ସଚେତନ କରାଯାଇଛି। ସାମ୍ବାଦିକ ହେମନ୍ତ ସାହୁ ମଞ୍ଚ ପରିଚାଳନା କରିଥିବାବେଳେ ପଞ୍ଚାୟତ ନିର୍ବାହୀ ଅଧିକାରୀ ତ୍ରିନାଥ ଶବର ଧନ୍ୟବାଦ ଅର୍ପଣ କରିଥିଲେ। ସାଂସ୍କୃତିକ କାର୍ଯ୍ୟକ୍ରମ କ୍ରମରେ କୁନି କଳାକାର ମାନଙ୍କ ଦ୍ବାରା ନୃତ୍ୟ ପରିବେଷିତ ହୋଇଥିଲା। ଏଥିରେ ଶତାଧିକ ପୁରୁଷ ମହିଳା ଉପସ୍ଥିତ ଥିବାବେଳେ ଜିଆରଏସଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।