ବିଶ୍ଵନାଥପୁର ଠାରେ ଆମ ଓଡିଶା ନବୀନ ଓଡ଼ିଶା ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ଵନାଥପୁର ପଞ୍ଚାୟତ ଗୋପବନ୍ଧୁ ହାଇସ୍କୁଲ ଖେଳ ପଡିଆ ଠାରେ ଆମ ଓଡ଼ିଶା, ନବୀନ ଓଡିଶା ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି।ବିଶ୍ଵନାଥପୁର ସରପଞ୍ଚ ସୁରଥ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ମୁଖ୍ୟବକ୍ତା ଭାବେ ତହସିଲଦାର ତଥା ଭାରପ୍ରାପ୍ତ ବିଡ଼ିଓ କିରଣ କୁମାର ମହାନ୍ତି, ସମ୍ମାନୀତ ଅତିଥି ବିଧାୟକ ପ୍ରତିନିଧି ପ୍ରଦୀପ କୁମାର ଘଡେ଼ଇ, ଜିଲ୍ଲାପରିଷଦ ସଦସ୍ୟ ପରିକ୍ଷିତ ନାଏକ, ଲାଞ୍ଜିଗଡ ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାଏକ, ସହକାରୀ ନିର୍ବାହୀ ଯନ୍ତ୍ରୀ ସାଲଖୁ ହେମ୍ବ୍ରମ, ସମିତି ସଭ୍ୟ ଅଜିତ କୁମାର ପ୍ରଧାନୀ, ସମିତି ସଭ୍ୟ ସଂଘ ସଭାପତି ଜଗଦୀଶ ବେନିଆ, ସରପଂଚ ସଂଘ ସଭାପତି ସାନ୍ଦ୍ରୁ ମାଝୀ, ନାଏବ ସରପଞ୍ଚ ଉତ୍ତରା ନାଏକ ପ୍ରମୁଖ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥଲେ।ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ସାମ୍ବାଦିକ ଗୋପାଳଦାସ ମହାନନ୍ଦ ପରିଚାଳନା କରିଥିଲେ। ଏଥିରେ ବିଭିନ୍ନ ବିଭାଗ ପକ୍ଷରୁ ଅଧିକାରୀ ଓ କର୍ମଚାରୀମାନେ ଷ୍ଟଲ ଖୋଲି ନିଜ ବିଭାଗର ଯୋଜନା ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ। ଏହି କାର୍ଯ୍ୟକ୍ରମକୁ ରୋଜଗାରସେବକ ରାଧାମୋହନ ଗୀତା ହରପାଲ, ଯୋଗାଣ ସହାୟକ ତାପସ ରଞ୍ଜନ ଦଳେଇ, ୱାଡ଼ ସଭ୍ୟ/ସଭ୍ୟା ଏମବିକେ, ସିଆରପି, ଅଙ୍ଗନୱାଡ଼ି କର୍ମୀ, ଆଶା କର୍ମୀ, ସମସ୍ତ ଗାଁସାଥିଙ୍କ ସମେତ ପଞ୍ଚାୟତର ସମସ୍ତ କର୍ମଚାରୀ ଓ ଅଞ୍ଚଳବାସୀ ପରିଚାଳନାରେ ସହଯୋଗ କରିଥିଲେ। କାର୍ଯ୍ୟକ୍ରମରେ ଗ୍ରାମ ପଞ୍ଚାୟତ ଅଞ୍ଚଳରୁ ହଜାରେରୁ ଉର୍ଦ୍ଧ୍ଵ ମହିଳା ପୁରୁଷ ଉପସ୍ଥିତ ରହିଥିଲେ। ପରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସମାଜିକ ଚାଲିଚଳନ ଓ ସୁରକ୍ଷାକୁ ନେଇ ସଚେତନ ମୂଳକ ନୃତ୍ୟ ପରିବେଷଣ ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.