ବ୍ଲକ ବିଜେଡି ପକ୍ଷରୁ ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀ ପାଳିତ

ଓଡ଼ିଆ ବାର୍ତ୍ତା/ ଥୁଆମୂଳ ରାମପୁର (ପ୍ରଦୀପ କୁମାର ପଣ୍ଡା): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ନିର୍ବାଚନ ମଣ୍ଡଳୀ ଅଧିନ ଥୁଆମୂଳ ରାମପୁର ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଓଡ଼ିଶାର ବରପୁତ୍ର ତଥା ମହାନ ଜନନାୟକ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ଥୁଆମୂଳ ରାମପୁର ମୁଖ୍ୟାଳୟ ସ୍ଥିତ ଖଣ୍ଡୁଆଳ ଖେଳ ପଡିଆର ଇଣ୍ଡୋର ହଲ୍ ରେ ବ୍ଲକ ସଭାପତି କପିଳାସ ନାଏକଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ସମାରୋହ ଅନୁଷ୍ଠିତ ହୋଇଥିଲା। ପଞ୍ଚାୟତ ସମିତି ଅଧ୍ୟକ୍ଷ ଦୟାନିଧି ମାଝୀ, ବିଧାୟକ ପ୍ରତିନିଧି ତଥା ବରିଷ୍ଠ ବିଜେଡି ନେତା ମାଣିକ୍ୟ ଚନ୍ଦ୍ର ନାଏକ, ପୁର୍ବତନ ବ୍ଲକ ଉପାଧ୍ୟକ୍ଷ ପବିତ୍ର ନାଏକ,ଯୁବ ସଭାପତି ଫଟୁସିଂ ଭୋଇ, ସ୍ଥାନୀୟ ସମିତି ସଭ୍ୟା ପୁଷ୍ପାଞ୍ଜଳି ନାଏକ, ଯୁବଛାତ୍ର ନେତା ସୁଜାନ ନାଏକ,ପଞ୍ଚାୟତ ସମିତି ଉପାଧ୍ୟକ୍ଷା ଜୟନ୍ତୀ ମାଝୀ ପ୍ରମୁଖଙ୍କ ସମେତ ବ୍ଲକର ବିଭିନ୍ନ ପଞ୍ଚାୟତର ଦଳୀୟ ସଭାପତି ତଥା କର୍ମୀ ଉପସ୍ଥିତ ରହି ବିଜୁ ବାବୁଙ୍କ ଫଟୋଚିତ୍ରରେ ପୁଷ୍ପ ମାଲ୍ୟ ଅର୍ପଣ କରି ବିନମ୍ର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଏହି ଅବସରରେ ଦଳର ବରିଷ୍ଠ ନେତା ମାନେ ଉପସ୍ଥିତ ସମସ୍ତ କର୍ମୀଙ୍କୁ ଆଗାମୀ ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.