ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ; ସମସ୍ତ ପାର୍ଥୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଓଡ଼ିଆ ବାର୍ତ୍ତା/ ପୁରୁଷୋତ୍ତମପୁର (ପ୍ରସନ୍ନ କୁମାର ଦାଶ): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଓକିଲ ସଂଘର ନିର୍ବାଚନ ଶାନ୍ତି ଶୃଙ୍ଖଳାର ସହ ସମାପନ ହୋଇଯାଇଛି। ଏଥିରେ ସମସ୍ତ ପ୍ରାର୍ଥୀ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିବା ଜଣାପଡ଼ିଛି। ପୁରୁଷୋତ୍ତମପୁର ଓକିଲ ସଂଘର ସଭାପତି ଭାବେ ବରିଷ୍ଠ ଆଇନଜୀବୀ ସ୍ୱରାଜ୍ୟ ପାଣିଗ୍ରାହୀ, ଉପସଭାପତି ଭାବରେ ଦୁର୍ଗା ଚରଣ ଦାସ, ସମ୍ପାଦକ ପ୍ରଶାନ୍ତ କୁମାର ପାଢ଼ୀ, ସହ ସମ୍ପାଦକ ଭାବେ ନିରଞ୍ଜନ ବେହେରା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଆଜି ସାରା ଓଡିଶାରେ ଓକିଲ ସଂଘର ନିର୍ବାଚନ ଅନୁଷ୍ଠିତ ହୋଇଥିବା ବେଳେ ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ମଧ୍ୟ ଅନୁଷ୍ଠିତ ହୋଇଛି। ନିର୍ବାଚନୀ ଅଧିକାରୀ ବାସୁଦେବ ଜେନା ନିର୍ବାଚିତ ପ୍ରତିନିଧିଙ୍କ ନାମ ଘୋଷଣା କରିଥିଲେ। ଏହାପରେ ପ୍ରାକ୍ତନ ସଭାପତି ଉପେନ୍ଦ୍ର ପଣ୍ଡା ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.