ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ଦେଇଥିଲା ଭାରତୀୟ ଜନତା ପାର୍ଟି। ଏହାପରେ ତାଙ୍କ ବଦଳି ନିର୍ଦ୍ଦେଶ ଦେଇଛନ୍ତି ଇସିଆଇ। ଏନେଇ ଖବର ସରବରାହ ସଂସ୍ଥା ଏଏନଆଇ ସୂତ୍ରରୁ ସୂଚନା ମିଳିଛି। ସରକାରୀ ଅଧିକାରୀ ହୋଇ ସୁଜାତା ପାଣ୍ଡିଆନ ବିଜେଡି ଏଜେଣ୍ଟ ଭାବେ କାମ କରୁଥିବା ମୁଖ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ଦେଇଥିଲା ବିଜେପି। ବିଜେଡିକୁ ଫାଇଦା ପହଞ୍ଚିଇବାକୁ ସରକାରୀ କଳର ଅପବ୍ୟବହାର କରାଯାଉଥିବା ବିଜେପି କହିଛି। କ୍ଷମତାର ଦୁରୂପଯୋଗ କରି ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କୁ ଧମକଚମକ ଦେଇ ବିଜେଡି ସପକ୍ଷରେ ଭୋଟ କରିବା ନିମନ୍ତେ ସୁଜାତା ପାଣ୍ଡିଆନ ପ୍ରୟାସ କରୁଛନ୍ତି। ତାଙ୍କ ସ୍ୱାମୀ ତଥା ବିଜେଡି ନେତା ଭି.କାର୍ତ୍ତିକେୟନ ପାଣ୍ଡିଆନ୍ଙ୍କ ପ୍ରଭାବରେ ସେ ବିଜେଡିର ଏଜେଣ୍ଟ ଭଳି କାର୍ଯ୍ୟ କରୁଥିବା ବିଜେପି ଅଭିଯୋଗ କରିଛି। ତାଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇ ତାଙ୍କୁ ନିର୍ବାଚନ ସରିବା ପର୍ଯ୍ୟନ୍ତ ସମସ୍ତ ସରକାରୀ କାର୍ଯ୍ୟରୁ ନିବୃତ୍ତ ରଖିବାକୁ ଭାରତୀୟ ଜନତା ପାର୍ଟିର ସେଣ୍ଟ୍ରାଲ ଟିମ ଦାବି କରିଥିଲା।