ଓଡ଼ିଶାରେ ଜୁନ୍‌ ୧୦ରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ହେବ -ପ୍ରଧାନମନ୍ତ୍ରୀ ମୋଦି 

ଓଡ଼ିଆ ବାର୍ତ୍ତା/ ବ୍ରହ୍ମପୁର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ବ୍ରହ୍ମପୁର ସଭାରେ ଉପସ୍ଥିତ ଜନସମୁଦାୟକୁ ସମ୍ବୋଧିତ କରିଛନ୍ତି। ଜୟ ଜଗନ୍ନାଥ, ଜୟ ଶ୍ରୀରାମ କହି ସେ ଭାଷଣ ଆରମ୍ଭ କରି ରାଜ୍ୟର ବିଜେଡ଼ି ସରକାର ଉପରେ ଜୋର୍ ବର୍ଷିଛନ୍ତି। ଓଡ଼ିଶାରେ ପ୍ରଥମ ଥର ଡବଲ ଇଂଜିନ ସରକାର ବୋଲି ସେ କହିଛନ୍ତି। ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଜୁନ୍‌ ୬ରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ। ଜୁନ୍‌ ୧୦ରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ହେବ ବୋଲି କହିଛନ୍ତି ମୋଦି।

Omkar Vasthu
Omkar Vasthu

ପ୍ରଧାନମନ୍ତ୍ରୀ କହିଲେ – କାଲି ମୁଁ ଅଯୋଧ୍ୟାରେ ଥିଲି, ରାମ ଲାଲାଙ୍କୁ ଦର୍ଶନ କଲି। ଆଜି ମହାପ୍ରଭୁ ଜଗନ୍ନାଥଙ୍କ ଭୂମିରେ ଆପଣଙ୍କ ଆଶୀର୍ବାଦ ପାଇଁ ଆସିଛି। ପ୍ରଭୁ ରାମଲାଲାଙ୍କ ମନ୍ଦିର ମୋଦି ନୁହେଁ, ଆପଣଙ୍କ ଭୋଟ ନିର୍ମାଣ କରିଛି। ଆପଣଙ୍କ ଭୋଟ ବଳରେ ରାମଲାଲାଙ୍କ ମନ୍ଦିର ନିର୍ମାଣ ହୋଇଛି। ରାମଲାଲାଙ୍କ ମନ୍ଦିର ୫ଶହ ବର୍ଷର ଅପେକ୍ଷାର ଅନ୍ତ। ଓଡ଼ିଶାରେ ଏଥର ୨ ଯଜ୍ଞ, ଏକା ସାଥିରେ ହେଉଛି। ଗୋଟିଏ ଯଜ୍ଞ କେନ୍ଦ୍ରରେ ତୃତୀୟବାର ସରକାର ପାଇଁ ଓ ଓଡ଼ିଶାରେ ବିଜେପି ନେତୃତ୍ବର ମଜବୁତ ରାଜ୍ୟ ସରକାର ପାଇଁ ହେଉଛି।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.