ଓଡ଼ିଆ ବାର୍ତ୍ତା/ ଧର୍ମଗଡ଼ (ହିରଣ୍ୟ ବେହେରା): କଳାହାଣ୍ଡି ଜିଲ୍ଲାର ଏକ ଗୁରୁତ୍ବପୂର୍ଣ୍ଣ ଆସନ ଧର୍ମଗଡ଼ରେ ବାଜି ମାରିଛି ବିଜେପି। ବିଜେପି ପ୍ରାର୍ଥୀ ସୁଧୀର ରଞ୍ଜନ ପଟ୍ଟଜୋଷୀ ବିଜୟୀ। ବିଜେଡ଼ିର ଭେଟେରାନ ନେତା ପୁଷ୍ପେନ୍ଦ୍ର ସିଂଦେଓଙ୍କୁ ୧୮ ହଜାରରୁ ଉର୍ଦ୍ଧ୍ଵ ଭୋଟରେ ପରାସ୍ତ କରିଛନ୍ତି ବିଜେପି ପ୍ରାର୍ଥୀ ସୁଧୀର ରଞ୍ଜନ ପଟ୍ଟଜୋଷୀ। ଏହି ଆସନରେ ବିଜେପିର ସୁଧୀର ରଞ୍ଜନ ପଟ୍ଟଜୋଷୀ ୮୭୮୯୦ ଭୋଟ ପାଇ ବିଜୟୀ ହୋଇଥିବାବେଳେ ବିଜେଡ଼ି ପ୍ରାର୍ଥୀ ପୁଷ୍ପେନ୍ଦ୍ର ସିଂଦେଓ ୬୮୯୬୩ ଖଣ୍ଡ ଭୋଟ ପାଇ ଦ୍ବିତୀୟ ସ୍ଥାନରେ ଓ କଂଗ୍ରେସ ପ୍ରାର୍ଥୀନୀ ରଶ୍ମିରେଖା ରାଉତ ୪୧୨୬୯ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି।





