ମହାତ୍ମା ଗାନ୍ଧୀ ଓ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ 

ଓଡ଼ିଆ ବାର୍ତ୍ତା/ ନୂଆଦିଲ୍ଲୀ: ନରେନ୍ଦ୍ର ମୋଦୀ ରବିବାର ସନ୍ଧ୍ୟାରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ତେବେ ଏହା ପୂର୍ବରୁ ସେ ସକାଳେ ରାଜଘାଟରେ ପହଞ୍ଚି ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହା ସହିତ ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସମାଧିସ୍ଥଳରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ୱାର ମେମୋରିଆଲରେ ପହଞ୍ଚି ମୋଦୀ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଆଜି ସନ୍ଧ୍ୟାରେ ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଏହା ସହ ନରେନ୍ଦ୍ର ମୋଦୀ ପଣ୍ଡିତ ନେହେରୁଙ୍କ କ୍ରମାଗତ ତିନିଥର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବାର ରେକର୍ଡ ସହ ସମାନ ହେବେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.