ମୋଦୀଙ୍କୁ ଚ୍ୟାଲେଞ୍ଜ ଦେବେ ନବୀନ ପଟ୍ଟନାୟକ 

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ସଂସଦରେ ଆଉ ନରମ ନୁହେଁ କଠୋର ଆଭିମୁଖ୍ୟ ପ୍ରଦର୍ଶନ କରିବ ବିଜୁ ଜନତା ଦଳ। ସୋମବାର ନବୀନ ନିବାସରେ ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଦଳର ରାଜ୍ୟସଭା ଏମପି ମାନଙ୍କ ସହିତ ଆଲୋଚନା କରି ଚଳିତ ଅଧିବେଶନରେ ଦଳର ଆଭିମୁଖ୍ୟ କିପରି ରହିବ ତାହା ସ୍ଥିର କରିଛି ବିଜେଡି। ଏଥର ଲଢେଇ ଆର ପାର ହେବ, ବିରୋଧୀ ଦଳ ଭୂମିକାରେ ବସିବ ବିଜେଡି। ଆବଶ୍ୟକ ପଡିଲେ ଗୃହ ମଧ୍ୟଭାଗକୁ ଓହ୍ଲାଇବ ଦଳ। ଏଥିସହିତ ଓଡିଶାକୁ ସ୍ଵତନ୍ତ୍ର ରାଜ୍ୟ ମାନ୍ୟତା, ଜାତୀୟ ରାଜପଥ, ଗ୍ରାମାଞ୍ଚଳରେ ପକ୍କା ଘର, ରେଲୱ ଓ ଯୋଗାଯୋଗ ପ୍ରସଙ୍ଗ ଉଠାଇବ ବିଜେଡି। ସଭାପତିଙ୍କ ସହିତ ବୈଠକ ପରେ ଖବରଦାତାଙ୍କ ସହିତ ଆଲୋଚନା କରି ବିଜେଡି ଏମପି ଶସ୍ମିତ ପାତ୍ର, ସୁଲତା ଦେଓ ଏବଂ ମୁନ୍ନା ଖାଁ କହିଛନ୍ତି। ଏହି ବୈଠକରେ ଶସ୍ମିତ ପାତ୍ର, ସୁଲତା ଦେଓ, ମାନସ ମଙ୍ଗରାଜ, ସୁବାଶିଷ ଖୁଣ୍ଟିଆ, ଦେବାଶିଷ ସାମନ୍ତରାୟ, ମୁନ୍ନା ଖାଁ, ନିରଞ୍ଜନ ବିଶି, ସୁଜୀତ କୁମାର ଏବଂ ମମତା ମହନ୍ତ ଉପସ୍ଥିତ ଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.