ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ଓ ଅମୃତ ପାଠ୍ୟ ସେବା

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ରଜତ ବଂଶଲ): କଳାହାଣ୍ଡି ଜିଲ୍ଲାର ଅଗ୍ରଣୀ ସଂଗଠନ ପ୍ରଫେସର ଭୁବନେଶ୍ୱର ବେହେରା ମେମୋରିଆଲ ୟୁଥ୍ ଅର୍ଗାନାଇଜେସନ ତରଫରୁ ଜୟପାଟଣା ବ୍ଲକର ଖଲିଆଭଟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବିଦ୍ଯାର୍ଥୀ ସମ୍ବର୍ଦ୍ଧନା ସମାରୋହ ଓ ଅମୃତ ପାଠ୍ୟ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଯାଇଛି। ଗୋଷ୍ଠୀ ଶିକ୍ଷାଧିକାରୀ ପ୍ରେମ ନାରାୟଣ ପଣ୍ଡାଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ଜୟପାଟଣା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧର୍ମରାଜ ମାଝୀ ଯୋଗଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଶିକ୍ଷାବିତ ସନ୍ତୋଷ କୁମାର ପଣ୍ଡା, ସ୍ବତନ୍ତ୍ର ନିମନ୍ତ୍ରିତ ଅତିଥି ଭାବେ ଶ୍ରେଷ୍ଠା ବେହେରା, ସମ୍ମାନୀତ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଗଙ୍ଗାଧର ମାଝୀ, ସମାଜସେବୀ ଜଗନ୍ନାଥ ମାଝୀ, ଯୁବ ସଂଗଠକ ଚିନ୍ମୟ ବେହେରା, ପ୍ରଧାନଶିକ୍ଷକ ଉମାଶଙ୍କର ପଣ୍ଡା, ବରିଷ୍ଠ ସାମ୍ବାଦିକ ପ୍ରାଣ ରଞ୍ଜନ ବେହେରା, ଭାରତେନ୍ଦୁ ବେହେରା ପ୍ରମୁଖ ମଞ୍ଚାସୀନ ଥିଲେ। ନିରଞ୍ଜନ ଛତ୍ରିଆ ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ଶିକ୍ଷକ ପ୍ରଶାନ୍ତ କୁମାର ପଣ୍ଡା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ସଂଗଠନର ପୂର୍ବତନ ସଭାପତି ସଂଜୀବ କୁମାର ଠାକୁର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସଂଗଠନ ସଂପାଦକ ଅବିନାଶ ମୁଣ୍ଡ ଲକ୍ଷ୍ୟ ଓ ଉଦ୍ଦେଶ୍ଯ ଜ୍ଞାପନ କରିଥିଲେ। ଏହି ଅବସରରେ ଜୟପାଟଣା ବ୍ଲକର ୨୬ଟି ଉଚ୍ଚ ବିଦ୍ୟାଳୟରୁ ସର୍ବୋଚ୍ଚ ନମ୍ବର ପାଇଥିବା ବିଦ୍ୟାର୍ଥୀମାନଙ୍କୁ ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା ଏବଂ ନବମ ଓ ଦଶମ ଶ୍ରେଣୀର ଆର୍ଥିକ ଅନଗ୍ରସର ମେଧାବୀ ବିଦ୍ୟାର୍ଥୀଙ୍କୁ ପାଠ୍ୟ ପୁସ୍ତକ ପ୍ରଦାନ କରାଯାଇଥିଲା। ମୂରଲୀଧର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଶିକ୍ଷକ ରମାକାନ୍ତ ନାଏକ, ଭୋଜରାଜ ପୁଞ୍ଜି, ମଦନ ପଟେଲ, ସମ୍ବାଦିକ ଅସରଫ୍ ଅଲ୍ଲୀ ତଥା ଛାତ୍ରଛାତ୍ରୀ, ଅବିଭାବକ, ଶିକ୍ଷାପ୍ରେମୀ, ବୁଦ୍ଧିଜୀବୀ ଓ ଗଣମାଧ୍ୟମ ପ୍ରତିନିଧି ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.