ଭବାନୀପାଟଣାଠାରେ ଜିଲ୍ଲା ସ୍ତରୀୟ ସ୍ଵାଧୀନତା ଦିବସ: ଜାତୀୟ ପତାକା ଉତ୍ତୋଳନ କଲେ ରାଜସ୍ଵ ମନ୍ତ୍ରୀ ସୁରେଶ ପୁଝାରୀ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନବୀନ କିଶୋର ସାହୁ):  ଭବାନୀପାଟଣା ସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ ଠାରେ ୭୮ତମ ସ୍ବାଧିନତା ଦିବସ ପାଳିତ ହୋଇଯାଇଛି। ଏକ ବର୍ଣ୍ଣାଢ଼୍ୟ ପରିବେଶ ମଧ୍ୟରେ ଆୟୋଜିତ ଏହି ପବିତ୍ର ଦିବସରେ ମୁଖ୍ୟ ଅତିଥି ଭାବରେ ଓଡ଼ିଶା ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଝାରୀ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ମନ୍ତ୍ରୀ ଶ୍ରୀ ପୁଝାରୀ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରିବାସହ ସମବେତ ଜନତାଙ୍କୁ ସମ୍ବୋଧିତ କରିଥିଲେ। ୪୧ଟି ପ୍ୟାରେଡ଼ ଏଥିରେ ପ୍ରଦର୍ଶିତ ହୋଇଥିଲା। କାର୍ଯ୍ୟକ୍ରମରେ କଳାହାଣ୍ଡିର ନୂତନ ଜିଲ୍ଲାପାଳ ସଚିନ ପାୱାର, ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ ତଥା ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଉପସ୍ଥିତ ଥିଲେ। ଏହି ଅବସରରେ ଶିକ୍ଷା ତଥା ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଅନେକ ବ୍ୟକ୍ତି ବିଶେଷଙ୍କୁ ପୁରସ୍କୃତ କରାଯାଇଥିଲା। ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପୋଲିସ ବାହିନୀ ମୁତୟନ ହୋଇଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.