ଦଣ୍ଡପାଟ ଯୁବ ସେବା ସଂଗଠନ ତରଫରୁ ୭୮ତମ ସ୍ବାଧୀନତା ଦିବସ ପାଳିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ରଜତ ବଂଶଲ): କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ ବେହେରା ସ୍ଥିତ ଜିଲ୍ଲାର ଅଗ୍ରଣୀ ଅନୁଷ୍ଠାନ ଦଣ୍ଡପାଟ ଯୁବ ସେବା ସଂଗଠନ ତରଫରୁ ବେହେରା ସାହୁପଡା ଛକ ଠାରେ ୭୮ତମ ସ୍ବାଧୀନତା ଦିବସ ଆନନ୍ଦ ଉଲ୍ଲାସର ସହ ପାଳିତ ହେଇଯାଇଛି। ସଂଗଠନ ସଭାପତି ତଥା ଯୁବ ଲେଖକ ରଜତ ବଂଶଲ ସ୍ବାଧୀନତା ସଂଗ୍ରାମୀମାନଙ୍କ ସ୍ମୃତିଚାରଣ ଓ ଶ୍ରଦ୍ଧାଞ୍ଜଳି ଜ୍ଞାପନ ପୂର୍ବକ ଧ୍ବଜା ଉତ୍ତୋଳନ କରିଥିଲେ। ପରେ ସମସ୍ତ ସଦସ୍ୟ ଜାତୀୟ ସଂଗୀତ ଗାନ କରିଥିଲେ। ଏହି ଅବସରରେ ଗ୍ରାମର ବୁଦ୍ଧିଜୀବୀ ତଥା ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ। ସଂଗଠନ ସଂପାଦକ ଭୁଜବଳ ନାଏକ, ସହ-ସଂପାଦକ ସୁଶୀଲ ନାଗ, କୋଷାଧ୍ୟକ୍ଷ ଭିକାରୀ ଚରଣ ଗୋପାଳ, ସଦସ୍ଯ ହେମାଳ ବିଶି, ଉଗ୍ରସେନ ନାଏକ ପ୍ରମୁଖ କାର୍ଯ୍ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.