ରୁପ୍ରାରୋଡ ୟଙ୍ଗ ବ୍ଲଡ଼ ପବ୍ଲିକ ସ୍କୁଲରେ ସ୍ୱାଧୀନତା ଦିବସ ପାଳନ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ  ରୁପ୍ରାରୋଡ ସ୍ଥିତ ୟଙ୍ଗ ବ୍ଲଡ଼ ପବ୍ଲିକ ସ୍କୁଲରେ ଆନନ୍ଦ ଉଲ୍ଲାସ ମଧ୍ୟରେ ସମ୍ପନ୍ନ ହୋଇଛି ୭୮ତମ ସ୍ୱାଧୀନତା ଦିବସ। ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟର ଭାଇ ଚେୟାରମେନ ରତନ କୁମାର ଅଗ୍ରୱାଲ ପତାକା ଉତ୍ତୋଳନ କରି ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ ଦେଇଥିଲେ। ସମ୍ମାନୀତ ଅତିଥି ଭାବେ ଅନୁଷ୍ଠାନର ସେକ୍ରେଟାରୀ ସୁମିତ କୁମାର ଅଗ୍ରୱାଲ, ସଦସ୍ୟ ରୁପଚନ୍ଦ ଜୈନ ଓ ମହେଶ କୁମାର ଅଗ୍ରୱାଲ ଉପସ୍ଥିତ ଥିଲେ। ଏହି ଅବସରରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଥିଲା। ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀଙ୍କୁ ପୁୁରସ୍କୃତ କରାଯାଇଥିଲା। ବିଭୁ ରଞ୍ଜନ ମହାହୁତି ମଞ୍ଚ ପରିଚାଳନା କରିଥିବାବେଲେ ଶିକ୍ଷକ ଚୈତନ୍ୟ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ରୁପ୍ରାରୋଡ ୟଙ୍ଗ ବ୍ଲଡ଼ ପବ୍ଲିକ ସ୍କୁଲର ଭାରପ୍ରାପ୍ତ ପ୍ରିନ୍ସପାଲ ବିଜୟ କୁମାର ମହାପାତ୍ରଙ୍କ ସମେତ ଅନୁଷ୍ଠାନର ଶିକ୍ଷକ ଶିକ୍ଷୟତ୍ରୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.