ଓଡ଼ିଆ ବାର୍ତ୍ତା / କଳାହାଣ୍ଡି (ରଜତ ବଂଶଲ): ଭବାନୀପାଟଣା ସହର ନିକଟବର୍ତ୍ତୀ ରାଇସିଂପୁର ସ୍ଥିତ ପ୍ରଗତି ଶିକ୍ଷାନୁଷ୍ଠାନରେ ୭୮ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ପ୍ରଗତି ଅନୁଷ୍ଠାନର ସେକ୍ରେଟାରୀ ଇଂ ଅଜୟ କୁମାର ପଣ୍ଡା ମୁଖ୍ୟ ଅତିଥି, ଚେୟାର ପରସନ ସୁଶ୍ରୀ ସଂଗୀତା ପଣ୍ଡା ସମ୍ମାନିତ ଅତିଥି ଭାବରେ ଯୋଗଦାନ କରିଥିଲେ ।
ପ୍ରଶାସନିକ ଅଧିକାରୀ ପ୍ରଣବ କୁମାର ପଣ୍ଡା, ଅଧ୍ୟକ୍ଷ ଆରସିୟା ସାଏଲା, ଚିନ୍ମୟ ଗୁରୁ, ଲୋକନାଥ ଖଡ଼ିକାର, ଶେଷଦେଵ ମୁଣ୍ଡ, ତାପସ ପରିମାଣିକ ଓ ଅନୁଷ୍ଠାନର ସମସ୍ତ କର୍ମକର୍ତ୍ତା, ଛାତ୍ରଛାତ୍ରୀ ତଥା ଅଭିଭାବକ ଅଭିଭାବିକା ଉପସ୍ଥିତ ଥିଲେ । ସମ୍ମାନିତ ଅତିଥି ସଂଗୀତା ପଣ୍ଡାଙ୍କ ଦ୍ୱାରା ପତାକା ଉତ୍ତୋଳନ ପରେ ପରେ ଛାତ୍ରଛାତ୍ରୀମାନେ ଜାତୀୟ ସଙ୍ଗୀତ ଗାନ କରିଥିଲେ ।
ଏହି ଅବସରରେ ଅନୁଷ୍ଠାନର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପରେ ପରେ ସ୍ୱାଧୀନତା ଦିବସ ଅବସରରେ ପୂର୍ବରୁ ଅନୁଷ୍ଠିତ ହୋଇଥିବା ପ୍ରଯୋଗିତାର କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା । ଅଧ୍ୟାପକ ବିଦ୍ୟାସଗାର ମୁଣ୍ଡ କାର୍ଯ୍ୟକ୍ରମ ପରିଚାଳନା କରିବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ ।