ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ନୂତନ ପୋଲିସ ଡିଜି 

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ଓଡ଼ିଶା ପୋଲିସର ନୂତନ ଆରକ୍ଷୀ ମହାନିର୍ଦ୍ଦେଶକ ଭାବେ ଆଇପିଏସ୍ ଯୋଗେଶ ବାହାଦୁର ଖୁରାନିଆ,  କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପରେ ସେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆହ୍ଵାନ କ୍ରମେ ଥାନାରେ କାର୍ଯ୍ୟରତ କର୍ମଚାରୀ ଏବଂ ଥାନାକୁ ଅଭିଯୋଗ କରିବାକୁ ଆସୁଥିବା ବ୍ୟକ୍ତିବିଶେଷଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ କରିବା ଉପରେ ଗୁରୁତ୍ଵାରୋପ କରାଯିବ ବୋଲି କହିଛନ୍ତି ଡିଜିପି ଓ୍ବାଇ ବି ଖୁରାନିଆ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.