ସରିଆଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜାତୀୟ ମହାକାଶ ଦିବସ ପାଳିତ 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଅନ୍ତର୍ଗତ ସରିଆଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ପ୍ରବଳ ଉତ୍ସାହ ଉଦ୍ଦୀପନା ସହ ଜାତୀୟ ମହାକାଶ ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ଟଙ୍କଧର ସାଙ୍କ ପ୍ରତକ୍ଷ୍ୟ ତତ୍ତ୍ଵାବଧାନରେ ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ନିର୍ମଳ ଚନ୍ଦ୍ର ଭୋଇ ଯୋଗଦେଇ ଜାତୀୟ ମହାକାଶ ଦିବସ ପାଳନର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପୋଷ୍ଟର ତିଆରି, ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, କୋଲାଜ୍ ନିର୍ମାଣ, କୁଇଜ୍, ବକ୍ତୃତା, ସେମିନାର, ମଡେଲ ତିଆରି, ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ଆଦି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ସେହିପରି ଚନ୍ଦ୍ରଯାନ ତଥା ଇସ୍ରୋର ବିଭିନ୍ନ ମିଶନକୁ ଲୋକାଭିମୁଖୀ କରିବା ପାଇଁ ସ୍ଵତନ୍ତ୍ର କ୍ଲାସ୍, ପାଠଚକ୍ର, ଆଲୋଚନା ମଧ୍ୟ କରାଯାଇଥିଲା। ବିଦ୍ୟାଳୟର ସହ ଶିକ୍ଷକ ବାସୁଦେବ ବାଗ, କିଶୋର ଚନ୍ଦ୍ର ତ୍ରିପାଠୀ, ବିଜ୍ଞାନ ଶିକ୍ଷକ ବାବୁ ପାଢ଼ୀ, ଖେଳ ଶିକ୍ଷକ ସୁଧିର ରାଉତ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.