ଆରବିଆଇ ତରଫରୁ ଅମ୍ୱାଦୋଳା ଗ୍ରାମ ପଞ୍ଚାୟତରେ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ ରାୟଗଡ଼ା (ଲିଙ୍ଗରାଜ ମିଶ୍ର): ଭାରତୀୟ ରିଜର୍ଭ ବ୍ୟାଙ୍କ୍ ର ସହାୟତା ତଥା ସାଧନ ନୂଆଦିଲ୍ଲୀ ଓ ସମ୍ପର୍କ ଫିନ୍ ସର୍ଭିସେସ୍ ଭୁବନେଶ୍ୱରର ମିଳିତ ସହଯୋଗରେ ରାୟଗଡ଼ା ଜିଲ୍ଲା ମୁନିଗୁଡା ବ୍ଲକ ଅଧିନସ୍ଥ ଅମ୍ବାଦୋଳାର ଅମଲାଭଟା ଗ୍ରାମ ପଞ୍ଚାୟତ ସଭା ଗୃହ ଠାରେ ଏକ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।

ମୁଖ୍ୟ ଅତିଥି ଭାବେ ଅମଲାଭଟା ସରପଞ୍ଚ ଶ୍ରୀମତୀ ଗୁରୁବାରୀ ଭୋଇ, ଅମ୍ବାଦୋଳା ଥାନା ଅଧିକାରୀ, ଏସଆଇ ମନୋଜ କୁମାର ମାଝୀ,ସମାଜ ସେବୀ ସୀମାଞ୍ଚଳ ରଣା ଓ ମହାଶକ୍ତି ଫାଉଣ୍ଡେସନ ର ପ୍ରତିଷ୍ଠାତା ସଦସ୍ୟ ପ୍ରକାଶ ଚନ୍ଦ୍ର ସାହୁ ପ୍ରମୁଖ ଉଦ୍ଘାଟନ କରିଥିଲେ। ଏହି କର୍ମଶାଳା ରେ ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟା ମାନେ ବିଭିନ୍ନ ବ୍ୟାଙ୍କ୍ ଓ ଆର୍ଥିକ ଅନୁଷ୍ଠାନ ରୁ ପାଇଥିବା ଋଣର ଉଚିତ୍ ବିନିଯୋଗ, ବ୍ୟବସାୟ ପାଇଁ ଆବଶ୍ୟକତା ଅନୁଯାୟୀ ଋଣ ଦରଖାସ୍ତ, ରୋଜଗାର ଭିତ୍ତିକ ବ୍ୟବସାୟ ର ଆୟରୁ ଋଣ କିସ୍ତି ଫେରସ୍ତ ତଥା ଅତ୍ୟଧିକ ଋଣ ଭାରଗ୍ରସ୍ତ ନହେବା, ସାଇବର ଠକେଇ ଇତ୍ୟାଦି ବିଷୟରେ ବିଶଦ ଭାବେ ଆଲୋଚନା କରାଯାଇଥିଲା।

କର୍ମଶାଳାରେ ଡିଜିଟାଲ ମାଧ୍ୟମରେ ଟଙ୍କା ଆଦାନ ପ୍ରଦାନ କରୁଥିଲେ ଆବଶ୍ୟକ ସତର୍କତାର ବିଭିନ୍ନ ଦିଗ ବିଷୟରେ ସମ୍ବଳ ବ୍ୟକ୍ତି ମାନେ ଅଂଶ ଗ୍ରହଣକାରୀ ମାନଙ୍କୁ ବୁଝାଇଥିଲେ। ବିଭିନ୍ନ ଅଜଣା ନମ୍ବର ରୁ ଆସୁଥିବା ଫୋନ୍ ରେ ନିଜର କୌଣସି ଗୋପନୀୟ ତଥ୍ୟ ନ ଦେବାପାଇଁ ସୂଚନା ଦିଆଯାଇଥିଲା ପରିବାରର ବାର୍ଷିକ ଆୟ ଓ ବ୍ୟୟ ଅଟକଳ ଯୋଜନା କରି ଆୟ ଅନୁଯାୟୀ ବ୍ୟୟ କଲେ ହିଁ ପରିବାର ର ଆର୍ଥିକ ସ୍ଥିତି ସୁଦୃଢ ହୋଇପାରିବ। ଭବିଷ୍ୟତରେ ହେବାକୁ ଥିବା ବିଭିନ୍ନ ଖର୍ଚ୍ଚ କୁ ଆକଳନ କରି ପରିବାରକୁ ଠିକ୍ ଭାବେ ପରିଚାଳନା କରିପାରିବେ। କାର୍ଯ୍ୟକ୍ରମରେ ପ୍ରକାଶ ଚନ୍ଦ୍ର ସାହୁ ମହାଶକ୍ତି ଫାଉଣ୍ଡେସନର ତାଲିମ ଦାତା, କେଶବ ପଶାୟତ ଯୋଗ ଦେଇ ତାଲିମ୍ ପ୍ରଦାନ କରିଥିଲେ। ମାନସୀ ମହାନ୍ତି, ସୁବର୍ଣ୍ଣ ନାୟକ, କେଶବ ପଶୟତ, ପରିଚାଳକ ସମ୍ପାନ୍ନା ବି.ସି. ମୁନିଗୁଡା , କ୍ଷେତ୍ର ଅଧିକାରୀ ବିମଳ କୁମାର ବିଶ୍ଵାଳ,ଜିତେନ୍ଦ୍ର ଓ ଶକ୍ତିମୟୀ ଫାଉଣ୍ଡେସନର କର୍ମକର୍ତ୍ତା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏହି କର୍ମଶାଳା ରେ ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀ, ଚାଷୀ, ଗୋଷ୍ଠୀ ସହାୟିକା ଓ ମିଳିତ ଉତ୍ତର ଦାୟୀ ଗୋଷ୍ଠୀରୁ ୬୨ଜଣ ସଦସ୍ୟା / ସଦସ୍ୟ ଅଂଶ ଗ୍ରହଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.