ଫକୀରମୋହନ ବିଶ୍ୱବିଦ୍ୟାଳୟରେ ମହାବିଦ୍ୟାଳୟ ଅଧ୍ୟକ୍ଷମାନଙ୍କ ସମ୍ମିଳନୀ ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ ବାଲେଶ୍ବର (କୃଷ୍ଣ କୁମାର ମହାନ୍ତି): ଫକୀରମୋହନ ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ସମ୍ମିଳନୀ କକ୍ଷରେ ବିଶ୍ୱବିଦ୍ୟାଳୟ ଅଧିନସ୍ଥ ସମସ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷ (ପ୍ରିନସିପାଲ) ମାନଙ୍କୁ ନେଇ ଏକ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମ୍ମିଳନୀରେ ମୁଖ୍ଯ ଅତିଥି ଭାବେ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ହେମନ୍ତ କୁମାର ଘଡେଇ ଓ ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦର ସଦସ୍ଯ ପ୍ରଫେସର ଡ଼କ୍ଟର ସୁସ୍ମିତ ପ୍ରସାଦ ପାଣି ଯୋଗଦାନ କରିଥିଲେ।ଏହାସହିତ ବିଶ୍ବବିଦ୍ୟାଳୟର କୁଳସଚିବ କୁକୁମୀନା ଦାସ, ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର ଭାସ୍କର ବେହେରା, ମହାବିଦ୍ୟାଳୟ ବିକାଶ ପରିଷଦର ନିର୍ଦ୍ଦେଶକ ଡ଼କ୍ଟର ସନ୍ତୋଷ କୁମାର ଅଗ୍ରୱାଲ, ପରୀକ୍ଷା ନିୟନ୍ତ୍ରକ ରଞ୍ଜନ କୁମାର ରାୟ ପ୍ରମୁଖଙ୍କ ଉପସ୍ଥିତିରେ ଏହି ସମ୍ମିଳନୀ ଅନୁଷ୍ଠିତ ହୋଇଅଛି।

Omkar Vasthu
Omkar Vasthu

ଏହି ସମ୍ମିଳନୀର ପ୍ରମୁଖ ଉଦ୍ଦେଶ୍ଯ, ଜାତୀୟ ଶିକ୍ଷା ନୀତି-୨୦୨୦ ଉପରେ ଆଲୋଚନା ସହ ଏହାର କାର୍ଯ୍ୟକାରିତା ଏବଂ ଜାତୀୟ ଶିକ୍ଷା ନୀତି-୨୦୨୦ ଆଧାରିତ ମହାବିଦ୍ୟାଳୟମାନଙ୍କ ପାଇଁ ଗଠିତ ସଂପୂର୍ଣ୍ଣ ସିଲାବସ୍ ସହିତ ନିର୍ଦ୍ଦେଶାବଳୀ ବଣ୍ଟନ କାର୍ଯ୍ୟକ୍ରମ ରହିଥିଲା। ଏହି ସମ୍ମିଳନୀରେ ବିଶ୍ବବିଦ୍ୟାଳୟର ବିତ୍ତ ନିୟନ୍ତ୍ରକ କରନ ସୋରେନ, ଆଇ.କ୍ବି.ଏ.ସି.ର ନିର୍ଦ୍ଦେଶକ ପ୍ରଫେସର ପଙ୍କଜ କୁମାର ପାଢୀ, ମାନବ ସମ୍ବଳ ବିକାଶ କେନ୍ଦ୍ରର ନିର୍ଦ୍ଦେଶକ ପ୍ରଫେସର ମନୋରଞ୍ଜନ ମିଶ୍ର, ଆଇ.ଡି.ପି.ର ସଂଯୋଜକ ପି. ରାଉତରାୟ, ଏନଏସଏସର ସଂଯୋଜକ ପ୍ରଫେସର ଅମୂଲ୍ଯ କୁମାର ଆଚାର୍ଯ୍ଯ, କ୍ରୀଡ଼ା ପରିଷଦର ନିର୍ଦ୍ଦେଶକ ପ୍ରଫେସର ପବିତ୍ରମୋହନ ନାୟକ ପ୍ରମୁଖ ଯୋଗ ଦେଇଥିଲେ। ବିଶ୍ବବିଦ୍ୟାଳୟ ଅଧିନସ୍ଥ ସମସ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷ ମାନଙ୍କ ଯୋଗଦାନ ଏହି ସମ୍ମିଳନୀକୁ ସଫଳ କରିଥିଲା। କାର୍ଯ୍ୟକ୍ରମକୁ ଡ଼କ୍ଟର ରାଜଶ୍ରୀ ଦତ୍ତ ପରିଚାଳନା କରିଥିଲେ ଓ ପ୍ରଫେସର ପଙ୍କଜ କୁମାର ପାଢୀ ଧନ୍ୟବାଦ ଅର୍ପଣ କରିଥିଲେ

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.