ଲାଞ୍ଜିଗଡ଼ଠାରେ ଜିଲ୍ଲାସ୍ତରୀୟ ୨୭ତମ ଗୁରୁଦିବସ ପାଳିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): କଳାହାଣ୍ଡି ଜିଲ୍ଲା ସିଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଲାଞ୍ଜିଗଡ଼ସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୨୭ତମ ଗୁରୁଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ରାଜ୍ୟ ସିଟି ପ୍ରାଥମିକ ଶିକ୍ଷକ ସଂଘର ସଭାପତି ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷା କମଳା ପାତ୍ର, ମୁଖ୍ୟବକ୍ତା ଭାବେ ଲାଞ୍ଜିଗଡ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ ଡ. ମାନସ ରଞ୍ଜନ ରଥ, ସମ୍ମାନିତ ଅତିଥି ଭାବେ ଲାଞ୍ଜିଗଡ ତହସିଲଦାର କିରଣ କୁମାର ମହାନ୍ତି, ରାଜ୍ୟ ଶିକ୍ଷକ ସଂଘର ପୂର୍ବତନ ସଭାପତି ବିଜୟ ବିଶୋଇ, ବରିଷ୍ଠ ସାମ୍ବାଦିକ ସ୍ଵାଧୀନ ପାତ୍ର, ରାଜ୍ୟ ସଂଘର ଉପସଭାପତି ଆଶିଷ ପାଢ଼ୀ, ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ନିହାରକାନ୍ତ ବିଶ୍ଵାଳ ପ୍ରମୁଖ ଯୋଗ ଦେଇଥିଲେ।

Omkar Vasthu
Omkar Vasthu

କଳାହାଣ୍ଡି ଜିଲ୍ଲା ସିଟି ପ୍ରାଥମିକ ଶିକ୍ଷକ ସଂଘର ସଭାପତି ଲବ ଦୁର୍ଗା, ସାଧାରଣ ସମ୍ପାଦକ ଦୁର୍ଯ୍ୟୋଧନ ମାଝୀ, ଲାଞ୍ଜିଗଡ ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ସଭାପତି ଅନୀଲ କୁମାର ତ୍ରିପାଠୀ, ବ୍ଲକ ସାଧାରଣ ସମ୍ପାଦକ ମନୋଜ ମହାଖୁଡ, ବରିଷ୍ଠ ଶିକ୍ଷକ ପ୍ରଭାତ ପାଠୀ, ଦିଲୀପ ପରିଚ୍ଛା, ରାଘବ ଗହୀର, ଲକ୍ଷ୍ମୀପ୍ରଭା ନାୟକଙ୍କ ସମେତ ଜିଲ୍ଲା ଓ ବ୍ଲକ ଶିକ୍ଷକ ସଂଘର ସମସ୍ତ କର୍ମକର୍ତ୍ତା କାର୍ଯ୍ୟକ୍ରମ ପରିଚାଳନାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery

ଏହି ଅବସରରେ ନିହାରକାନ୍ତ ବିଶ୍ଵାଳଙ୍କୁ ଡ. ସର୍ବପଲ୍ଲୀ ରାଧାକ୍ରିଷ୍ଣନ ଶିକ୍ଷକ ସମ୍ମାନ ଦିଆଯାଇ ଥିବାବେଳେ ଲାଞ୍ଜିଗଡ ବ୍ଳକର ଅବସରପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ପୁଷ୍ପଗୁଚ୍ଛ, ଓପୋଢୋକନ ଓ ମାନପତ୍ର ଦେଇ ସଂମ୍ମାନୀତ କରାଯାଇଥିଲା। ଏହି ଅବସରରେ ଜିଲ୍ଲାର ୧୩ଗୋଟି ବ୍ଲକର ୫୦ ଜଣ କୃତୀ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ମଧ୍ୟ କଳାହାଣ୍ଡି ଶିକ୍ଷକ ସମ୍ମାନରେ ସମ୍ମାନିତ କରାଯାଇଥିଲା।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.