ବାଲେଶ୍ୱର ଠାରେ ତ୍ରିଦିବସୀୟ ଜିଲ୍ଲାସ୍ତରୀୟ ବିକାଶ ମେଳା ନିମନ୍ତେ ଅନୁଷ୍ଠିତ ହେଲା ପ୍ରସ୍ତୁତି ବୈଠକ

ଓଡ଼ିଆ ବାର୍ତ୍ତା/ ବାଲେଶ୍ୱର (କୃଷ୍ଣ କୁମାର ମହାନ୍ତି): ଜିଲ୍ଲାସ୍ତରୀୟ ବିକାଶ ମେଳାର ଆୟୋଜନ ନିମନ୍ତେ ଜିଲ୍ଲାପାଳ ଶ୍ରୀ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଆଜି ଅପରାହ୍ନ ୫ଟା ସମୟରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୨ ରୁ ୨୪ ତାରିଖ ପର୍ଯ୍ୟନ୍ତ ରିଜର୍ଭ ପୋଲିସ ପଡ଼ିଆ ଠାରେ ଆୟୋଜିତ ହେବାକୁ ଥିବା ବିକାଶ ମେଳା ଜିଲ୍ଲାର ସମସ୍ତ ବିଭାଗର ସମନ୍ୱୟରେ ସଠିକ ଭାବରେ ପରିଚାଳନା କରିବା ଦିଗରେ ଜିଲ୍ଲାପାଳ ଆଲୋଚନା କରିଥିଲେ। ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ସୁଧାକର ନାୟକ, ଜ଼ିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ବିଶ୍ୱରଞ୍ଜନ ନାୟକ, ଉପଜିଲ୍ଲାପାଳ ଶ୍ରୀ ପ୍ରଥମେଶ ଅରବିନ୍ଦ ରାଜେସିର୍କେଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।

Omkar Vasthu
Omkar Vasthu

ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ବିଭିନ୍ନ ଉନ୍ନୟନମୂଳକ ଫଳପ୍ରସୂ ଯୋଜନା ଗୁଡିକୁ ଜନସାଧାରଙ୍କୁ ଅବଗତ ଓ ସଚେତନ କରିବା ପାଇଁ ଏହି ବିକାଶ ମେଳା ଆୟୋଜିତ କରାଯାଉଛି। ଓଡିଶା ସରକାରଙ୍କ ପଞ୍ଚାୟତି ରାଜ ଓ ପାନୀୟ ଜଳ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ପୂର୍ତ୍ତ, ମିଶନ ଶକ୍ତି, ସୂଚନା ଓ ଲୋକସମ୍ପର୍କ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, କୃଷି, ଉଦ୍ୟାନ କୃଷି, ପର୍ଯ୍ୟଟନ, ଶିକ୍ଷା, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ଓ ଅନ୍ୟାନ୍ୟ ସମସ୍ତ ବିଭାଗର ସମନ୍ବିତ ସହଯୋଗରେ ଏହି କାର୍ଯ୍ୟକ୍ରମ ଆୟୋଜନ କରିବା ପାଇଁ ସ୍ଥିର ହୋଇଛି।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery

୩ ଦିନ ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଲୋକକଳା ଏବଂ ଅନ୍ୟାନ୍ୟ ସାଂସ୍କୃତିକ ଦଳ ମାଧ୍ୟମରେ ସାଂସ୍କୃତିକ ସ୍ପର୍ଦ୍ଧା ମଧ୍ୟ ଆୟୋଜନ କରାଯିବ। ୨୫ ଷ୍ଟଲ ବିଶିଷ୍ଟ ଜିଲ୍ଲାସ୍ତରୀୟ ପ୍ରଦର୍ଶନୀର ଆୟୋଜନ କରାଯିବ। ୩ ରୁ ୫ ହଜାର ଜନସାଧାରଣଙ୍କ ସମାଗମ ହେବ।ପ୍ରାପ୍ତ ସୂଚନା ଅନୁଯାୟୀ ୨୨ ତାରିଖରେ ହେବାକୁ ଥିବା ଉଦଘାଟନ ସମାରୋହରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ଶିଳ୍ପ ବିଭାଗ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.