ପରବାଙ୍ଗି କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ ଅନ୍ତର୍ଗତ ପରବାଙ୍ଗି କ୍ଲଷ୍ଟର ଅଧିନ ସରକାରୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଉଲିକୁପା ଠାରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪ ଅନୁଷ୍ଠିତ ହୋଇଯାଇଛି। କ୍ଲଷ୍ଟର ସଂଯୋଜକ ନବୀନ ଗଉଡଙ୍କ ତତ୍ବାବଧାନରେ ଏବଂ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭବାନୀ ନାଏକଙ୍କ ସଭାପତିତ୍ବରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ନର୍ଲା ଜିଲ୍ଲା ପରିଷଦ ସଦସ୍ୟ ହରିଶଙ୍କର ମାଝୀ, ସମ୍ମାନିତ ଅତିଥି ଭାବେ ସମିତି ସଭ୍ୟା ନିଳେନ୍ଦ୍ରି ସାହୁ, ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ଦେବେନ୍ଦ୍ର ଶବର ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ କ୍ଳଷ୍ଟରର ଶିକ୍ଷକ ଶିକ୍ଷୟିତ୍ରୀ; ସ୍ଵର୍ଣ୍ଣଲତା ମହାନ୍ତି, ଅନିଲ ପଧାନ, ଚିତ୍ରସେନ ମାଝୀ, ଅଙ୍କିତା ସାହୁ, ଦୁଷ୍ମନ୍ତ ପ୍ରଧାନ, ସୁଜାତା ମୁଣ୍ଡ, ଦୁଷ୍ମନ୍ତ ରଣା, ନବିନ ରଣା, ବିକ୍ରମ ମହାପାତ୍ର, ଦମୟନ୍ତୀ ମାଝୀ, ନିମାଇଁ ଚରଣ ସାହୁଙ୍କ ସମେତ ଅନେକ ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଅଭିଭାବକ ମାନେ ଉପସ୍ଥିତ ଥିଲେ। ଏଥିରେ କ୍ଳଷ୍ଟର ଅନ୍ତର୍ଗତ ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। କଣ୍ଠ ସଙ୍ଗୀତ, ପ୍ରବନ୍ଧ, ବକ୍ତୃତା, ବିତର୍କ, ଏମଡିଏମ, ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ, କୁଇଜ୍, ଶୃତଲିଖନ, ଚିତ୍ରାଙ୍କନ ପ୍ରଭୃତି ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀଙ୍କୁ ପ୍ରମାଣପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା। ଏଥିରେ ବିଭିନ୍ନ ବିଦ୍ୟାଳୟର କୁନି କୁନି ପିଲାମାନଙ୍କର ରଙ୍ଗାରଙ୍ଗ କାର୍ଯ୍ୟକ୍ରମକୁ ଦର୍ଶକମାନେ ବେଶ ଉପଭୋଗ କରିଥିଲେ। ତେବେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪ରେ ଶ୍ରେଷ୍ଠ ବିବେଚିତ ଛାତ୍ରଛାତ୍ରୀ ଆଗାମୀ ଦିନରେ ଆୟୋଜିତ ହେବାକୁ ଥିବା ବ୍ଲକ ସ୍ତରୀୟ ସୁରଭିରେ ଯୋଗଦେବେ ବୋଲି ଜଣାପଡିଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.