ସର୍ଗିଗୁଡା କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪ ଆୟୋଜିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଭବାନୀପାଟଣା ବ୍ଲକ ଅନ୍ତର୍ଗତ ସର୍ଗିଗୁଡା କ୍ଲଷ୍ଟର ଅଧୀନ ଉପର ରାଚୁଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି -୨୦୨୪ ଆୟୋଜିତ ହୋଇଯାଇଛି। କ୍ଲଷ୍ଟର ସଂଯୋଜକ ମହମ୍ମଦ ଜାକିରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଭବାନୀପାଟଣା ଏବିଇଓ ଜଗଦୀଶ ଚନ୍ଦ୍ର ମୁଣ୍ଡ, ଶଗଡା ସରପଞ୍ଚ ଗୋବିନ୍ଦ ନାଏକ, ଉପର ରାଚୁଗୁଡା ପ୍ରଧାନ ଶିକ୍ଷକ ଦିଗାମ୍ବର ପରିଡା, ଆମଜୋର ପ୍ରଧାନ ଶିକ୍ଷକ ଶକ୍ତିଶ୍ଵର ନିଆଲ, ଚିତ୍ତରଞ୍ଜନ ମହାନ୍ତି, ରମେଶଚନ୍ଦ୍ର ଛତ୍ରିଆ, କୃପାସିନ୍ଧୁ ପ୍ରଧାନ, ଜି. ସାଇକ୍ରୀଷ୍ଣା, ନାରାୟଣ ନିଆଲ, ବିନୋଦିନୀ ସାହୁ, ସୁଶାନ୍ତ ସ୍ୱାଇଁ, ଇପସାରାଣୀ ପ୍ରଧାନ, କୃଷ୍ଣଚନ୍ଦ୍ର ପ୍ରଧାନ, ଗଣେଶ କୁମାର ଶବର, ଜ୍ୟୋତ୍ସ୍ନା ସାହୁ, ଶଗଡା ହାଇସ୍କୁଲ ପ୍ରଧାନ ଶିକ୍ଷକ ସୁକାନ୍ତ ସାହୁ, ବରିଷ୍ଠ ଶିକ୍ଷକ ଯୁଧିଷ୍ଠିର ମୁଦୁଲି, ଜୟପ୍ରଦ ସେଠି, ମନୋଜ ମହାକୁଡ଼, ପୂର୍ଣ୍ଣଚନ୍ଦ୍ର ନାଏକ, ପ୍ରବୀଣ କୁମାର ପାତ୍ର ପ୍ରମୁଖ ଯୋଗ ଦେଇଥିଲେ। ଏଥିରେ କ୍ଳଷ୍ଟର ଅନ୍ତର୍ଗତ ୧୮ଟି ସ୍କୁଲର ଛାତ୍ରଛାତ୍ରୀ ୧୦ଟି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। କଣ୍ଠ ସଙ୍ଗୀତ, ପ୍ରବନ୍ଧ, ବକ୍ତୃତା, ବିତର୍କ, ଏମଡିଏମ, ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ, କୁଇଜ୍, ଶୃତଲିଖନ, ଚିତ୍ରାଙ୍କନ ପ୍ରଭୃତି ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀଙ୍କୁ ପ୍ରମାଣପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା। ଶ୍ରେଷ୍ଠ ବିବେଚିତ ଛାତ୍ରଛାତ୍ରୀ ଆଗାମୀ ଦିନରେ ଆୟୋଜିତ ହେବାକୁ ଥିବା ବ୍ଲକ ସ୍ତରୀୟ ସୁରଭିରେ ଯୋଗଦେବେ ବୋଲି ଜଣାପଡିଛି। ଏଥିରେ ଉପର ରାଚୁଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀମାନେ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିବା ବେଳେ ମଞ୍ଚ ପରିଚାଳନା କରିଥିଲେ ଶିକ୍ଷକ ପ୍ରବୀଣ କୁମାର ପାତ୍ର ଓ ନାରାୟଣ ନିଆଲ। କାର୍ଯ୍ୟକ୍ରମ ଆୟୋଜନରେ ଶିକ୍ଷକ ଚିତ୍ତରଞ୍ଜନ ମହାନ୍ତି ପ୍ରମୁଖ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.