କାଶିବାହାଲ ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪ କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ରଜତ ବଂଶଲ): ଧର୍ମଗଡ଼ ବ୍ଲକ କାଶିବାହାଲ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାଶିବାହାଲ କ୍ଲଷ୍ଟର ସିଆରସିସି ରାଜେନ୍ଦ୍ର କୁମାର ଦୁରିଆଙ୍କ ସଂଯୋଜନାରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ବର୍ଗରେ ସଂଗୀତ, ବକ୍ତୃତା, ତର୍କ, ସାଧାରଣ ଜ୍ଞାନ, ସୃଜନଶୀଳ ଲିଖନ, ଦଳଗତ ନୃତ୍ୟ ଏବଂ ମଧ୍ୟାହ୍ନ ଭୋଜନ ଚିତ୍ରକଳା ଓ ଶିଳ୍ପକଳା ପ୍ରତିଯୋଗିତା ହୋଇଥିଲା। 

Omkar Vasthu
Omkar Vasthu

ସେହିପରି ଏଫ୍ଏଲ୍ଏନ୍ ଗ୍ରେଡ୍ ଛାତ୍ରଛାତ୍ରୀ ମାନଙ୍କର ଗଣିତ କୁଇଜ୍, ଦୌଡ଼, ଚିତ୍ରାଙ୍କନ ଓ ଗଳ୍ପ କଥନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅଶୋକ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଯାପନୀ ସଭାରେ ଯଥାକ୍ରମେ ଧର୍ମଗଡ଼ ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଚନ୍ଦ୍ରକାନ୍ତ ବେହେରା ମୁଖ୍ୟ ଅତିଥି,

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery

ପଞ୍ଚାୟତ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ଗଣପତି ବାଗ ମୁଖ୍ୟ ବକ୍ତା, ବରିଷ୍ଠ ସାମ୍ବାଦିକ ବିରଞ୍ଚି ନାରାୟଣ ଜାଲ, କାଉନସିଲର ପ୍ରବୀଣ କୁମାର ପଣ୍ଡା ଓ ରତ୍ନ ପାତ୍ର, ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ବିଶ୍ୱଜିତ ବେହେରା, ସମାଜସେବୀ ଚତୁର୍ଭୁଜ ତାଣ୍ଡୀ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ। 

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ଶିକ୍ଷକ ବଟକୃଷ୍ଣ ବେହେରା ସଭା ପରିଚାଳନା କରିଥିବା ବେଳେ ବରିଷ୍ଠ ଶିକ୍ଷକ ଭାରତ ବନ୍ଧୁ ସୁନାନୀ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲେ। 

ପ୍ରଥମ ସ୍ଥାନ ଅଧିକାର କରିଥିବା ସମସ୍ତ ଛାତ୍ରଛାତ୍ରୀ ବ୍ଲକସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ। ଏହି କାର୍ଯ୍ୟକ୍ରମରେ କାଶିବାହାଲ କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସାହାଯ୍ୟ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.