ଆମପାଣି କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କୋକସରା ବ୍ଲକ ଆମପାଣି କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪ ସିଉନୀ ପ୍ରାଥମିକ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଛି। ଆମପାଣି ସିଆରସିସି କେଦାରନାଥ ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୂଖ୍ୟଅତିଥି ଭାବେ କୋକସରା ପଞ୍ଚାୟତ ସମିତି ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରଓ୍ବାଲ ଯୋଗଦେଇ ଥିଲେ। ମୁଖ୍ୟବକ୍ତା ଭାବେ ଆମପାଣି ସରପଞ୍ଚ ରୁକ୍ମଣୀ ବାଣୁଆ, ସମ୍ମାନିତ ଅତିଥି ପ୍ରମୋଦ କୁମାର ପୁରୋହିତ, ଭାଗ୍ୟବାନ ବାଗ, ସୁରଜ କୁମାର ତାଣ୍ଡି, ବୈଜୟନ୍ତି ଖମାରୀ ପ୍ରମୁଖ ଯୋଗଦେଇ ଥିଲେ। ଏହି କାର୍ଯ୍ୟକ୍ରମରେ ଆମପାଣି କ୍ଲଷ୍ଟର ଅନ୍ତର୍ଗତ ୧୪ଟି ବିଦ୍ୟାଳୟର ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ପ୍ରଥମ, ଦ୍ବିତୀୟ ଓ ତୃତୀୟ ସ୍ଥାନ ପାଇ ସମ୍ମନୀତ ହୋଇଥିବା ଛାତ୍ରଛାତ୍ରୀମାନେ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାର ସୁଯୋଗ ପାଇଛନ୍ତି। କାର୍ଯ୍ୟକ୍ରମକୁ ଶିକ୍ଷକ ଈଶ୍ବରୀ ପ୍ରସାଦ ଅଗସ୍ତି ସଂଯୋଜନା କରିଥିଲେ। ଶେଷରେ ସିଉନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଗିରିଶ ଚନ୍ଦ୍ର ସରାବୁ ଧନ୍ୟବାଦ ଅର୍ପଣ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.