ଆରପାରିରେ ରତନ ଟାଟା; ଦେଶସାରା ଶୋକର ଛାୟା 

ଓଡ଼ିଆ ବାର୍ତ୍ତା/ ମୁମ୍ବାଇ: ଟାଟା ଗ୍ରୁପ୍ ଚେୟାରମ୍ୟାନ୍ ରତନ ଟାଟା ବୁଧବାର ବିଳମ୍ବିତ ରାତିରେ ମୃତ୍ୟୁ ବରଣ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। ଅସୁସ୍ଥତା ଯୋଗୁଁ କିଛି ଦିନ ହେବ ସେ ମୁମ୍ବାଇର ଏକ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ରତନ ଟାଟା ୧୯୯୧ରେ ଟାଟା ସନ୍ସର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଭାରତୀୟ ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ। ଟାଟା ସନ୍ସରେ ତାଙ୍କର ନେତୃତ୍ୱ ସମୟରେ ସେ ଟେଟଲି, କୋରୁସ୍ ଏବଂ ଜାଗୁଆର ଲ୍ୟାଣ୍ଡରୋଭର ଭଳି କମ୍ପାନୀକୁ ଅଧିଗ୍ରହଣ କରି ଟାଟା ଗ୍ରୁପକୁ ଏକ ମୁଖ୍ୟ ଘରୋଇ କମ୍ପାନୀରୁ ଏକ ବିଶ୍ୱସ୍ତରୀୟ ପାୱାର ହାଉସରେ ପରିଣତ କରିଥିଲେ। ତାଙ୍କ ନେତୃତ୍ୱରେ ଟାଟା ପ୍ରକୃତରେ ୧୦୦ ବିଲିୟନ ଡଲାରରୁ ଅଧିକ ମୂଲ୍ୟର ଏକ ବିଶ୍ୱ ବ୍ୟାବସାୟିକ ସାମ୍ରାଜ୍ୟରେ ପରିଣତ ହୋଇଥିଲା। ରତନ ଟାଟାଙ୍କ ପରଲୋକ ଖବର ପ୍ରଚାରିତ ହେବାବରେ ଦେଶସାରା ଶୋକର ଛାୟା ଖେଳିଯାଇଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.