ଭଟାଙ୍ଗପଦର ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ସୁରଭି କାର୍ଯକ୍ରମ ଅନୁଷ୍ଠିତ

୧୬ଗୋଟି ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକ ଭଟାଙ୍ଗପଦର ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଭଟାଙ୍ଗପଦର ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଏନେଇ ଆୟୋଜିତ ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଲାଞ୍ଜିଗଡ଼ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାରତ ଭୁଷଣ ସାହୁ, ସମ୍ମାନିତ ଅତିଥି ଭାବରେ ଭଟାଙ୍ଗପଦର ସରପଞ୍ଚ  ଦଶମୀ ମାଝୀ, ସମିତି ସଭ୍ୟ ରୁପେନ ଛତ୍ରିଆଙ୍କ ସମେତ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ପ୍ରଜ୍ଞା ପ୍ରିୟଦର୍ଶିନୀ ଶତପଥୀ, ଗୁଣ୍ଡୁରୀ ପ୍ରଧାନ ଶିକ୍ଷକ ଅଶ୍ଵିନୀ ପଟ୍ଟନାୟକ ପ୍ରମୁଖ ଯୋଗଦେଇ କାର୍ଯକ୍ରମକୁ ଉଦଘାଟନ କରିଥିଲେ।

ସାଧନ କେନ୍ଦ୍ର ଅଧୀନରେ ଥିବା ୧୬ଗୋଟି ବିଦ୍ୟାଳୟରୁ ଛାତ୍ରଛାତ୍ରୀମାନେ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଉଦଯାପନୀ ସଭାରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟରୁ ସୌମେନ୍ଦ୍ରନାଥ ପଟ୍ଟନାୟକ ଏବଂ ପୂର୍ବତନ ପ୍ରଧାନ ଶିକ୍ଷକ ଝସକେତନ ପ୍ରଧାନ ଯୋଗ ଦେଇ ବିଭିନ୍ନ ପ୍ରତିଯୋଗିତାରେ ବିଜୟ ଲାଭ କରିଥିବା ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ବିତରଣ କରିଥିଲେ।

ପରିଶେଷରେ କୁନି କୁନି ଶିଶୁ ପ୍ରତିଭାମାନଙ୍କୁ ନେଇ ସାଂସ୍କୃତିକ କାର୍ଯକ୍ରମ ଅନୁଷ୍ଠିତ ହେଇଥିଲା। ଏହି କାର୍ଯକ୍ରମକୁ ପରିଚାଳନା କରିଥିଲେ କେଦାର ନାଥ ସାହୁ ଏବଂ ସୁଚରିତା ପୁଟେଲ।

ଉକ୍ତ କାର୍ଯକ୍ରମରେ ସମସ୍ତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଯୋଗଦେଇ କାର୍ଯକ୍ରମକୁ ସାଫଲ୍ୟମଣ୍ଡିତ କରିଥିଲେ। କାର୍ଯ୍ଯକ୍ରମକୁ ଶିବ ପ୍ରସାଦ ଦାସ, ଆଞ୍ଚଳିକ କେନ୍ଦ୍ର ସଂଯୋଜକ ମନୋଜ କୁମାର ସାହୁ ଶୃଙ୍ଖଳିତ ଭାବରେ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମ ଶେଷରେ ଦନାର୍ଦ୍ଦନ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.