କୁଟ୍ରୁପଲାରେ ଆର୍ଥିକ ସାକ୍ଷରତା ଓ ସଚେତନତା କର୍ମଶାଳା

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ଏଲଟିଆଇ ମାଇଣ୍ଡଟ୍ରି ସହାୟତା ଓ ମହାଶକ୍ତି ଫାଉଣ୍ଡେସନ ତରଫରୁ ମ.ରାମପୁର ବ୍ଲକର ସିଂହପୁର ଗ୍ରାମ ପଞ୍ଚାୟତ କୁଟ୍ରୁପଲା ଠାରେ ଆର୍ଥିକ ସାକ୍ଷରତା ଓ ସଚେତନତା ତାଲିମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ନାଏବ ସରପଞ୍ଚ ମିନା ପଧାନ ସିଂହପୁର ଗ୍ରାମପଞ୍ଚାୟତ, ମମିତା ପୁଝାରୀ ଓ ମହାଶକ୍ତି ଫାଉଣ୍ଡେସନ ର ପ୍ରତିଷ୍ଠାତା ସଦସ୍ୟ ତଥା ତାଲିମ ଦାତା ପ୍ରକାଶ ଚନ୍ଦ୍ର ସାହୁ ପ୍ରମୁଖ ଉଦଘାଟନ କରିଥିଲେ।

ଏହି କର୍ମଶାଳାରେ ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ବିଭିନ୍ନ ବ୍ୟାଙ୍କ୍ ଓ ଆର୍ଥିକ ଅନୁଷ୍ଠାନରୁ ପାଇଥିବା ଋଣର ଉଚିତ୍ ବିନିଯୋଗ, ବ୍ୟବସାୟ ପାଇଁ ଆବଶ୍ୟକତା ଅନୁଯାୟୀ ଋଣ ଦରଖାସ୍ତ, ରୋଜଗାର ଭିତ୍ତିକ ବ୍ୟବସାୟ ର ଆୟ ରୁ ଋଣ କିସ୍ତି ଫେରସ୍ତ ତଥା ଅତ୍ୟଧିକ ଋଣ ଭାରଗ୍ରସ୍ତ ନହେବା ଇତ୍ୟାଦି ବିଷୟରେ ବିଶଦ ଭାବେ ଆଲୋଚନା କରାଯାଇଥିଲା।

କର୍ମଶାଳାରେ ଡିଜିଟାଲ ମାଧ୍ୟମରେ ଟଙ୍କା ଆଦାନ ପ୍ରଦାନ କରୁଥିଲେ ଆବଶ୍ୟକ ସତର୍କତା ର ବିଭିନ୍ନ ଦିଗ ବିଷୟରେ ସମ୍ବଳ ବ୍ୟକ୍ତି ମାନେ ଅଂଶ ଗ୍ରହଣ କାରୀ ମାନଙ୍କୁ ବୁଝାଇଥିଲେ । ବିଭିନ୍ନ ଅଜଣା ନମ୍ବର ରୁ ଆସୁଥିବା ଫୋନ୍ ରେ ନିଜର କୌଣସି ଗୋପନୀୟ ତଥ୍ୟ ନ ଦେବାପାଇଁ ସୂଚନା ଦିଆଯାଇଥିଲା ।
ପରିବାର ର ବାର୍ଷିକ ଆୟ ଓ ବ୍ୟୟ ଅଟକଳ ଯୋଜନା କରି ଆୟ ଅନୁଯାୟୀ ବ୍ୟୟ କଲେ ହିଁ ପରିବାର ର ଆର୍ଥିକ ସ୍ଥିତି ସୁଦୃଢ ହୋଇପାରିବ। ଭବିଷ୍ୟତ ରେ ହେବାକୁ ଥିବା ବିଭିନ୍ନ ଖର୍ଚ୍ଚ କୁ ଆକଳନ କରି ପରିବାର କୁ ଠିକ୍ ଭାବେ ପରିଚାଳନା କରିପାରିବେ ।

କାର୍ଯ୍ୟକ୍ରମରେ ମହାଶକ୍ତି ଫାଉଣ୍ଡେସନର ପ୍ରତିଷ୍ଠାତା ସଦସ୍ୟ ପ୍ରକାଶ ଚନ୍ଦ୍ର ସାହୁ ଯୋଗ ଦେଇ ତାଲିମ୍ ପ୍ରଦାନ କରିଥିଲେ। ପବିତ୍ର ମହାଖୁଡ, ମମିତା ପୁଝାରୀ, ଟୁକୁ ରାଜ ପଧାନ , ରେଣୁକା ପଧାନ ଓ ମହାଶକ୍ତି ଫାଉଣ୍ଡେସନର ସମରନିତ ଗ୍ରାମ୍ୟ ବିକାଶ ପ୍ରକ୍ଳପର କର୍ମକର୍ତ୍ତା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏହି କର୍ମଶାଳାରେ ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀ, ଗୋଷ୍ଠୀ ସହାୟିକା, କୃଷି ଉତ୍ପାଦକ ଗୋଷ୍ଠୀ, ଚାଷୀ ଓ ମିଳିତ ଉତ୍ତର ଦାୟୀ ଗୋଷ୍ଠୀରୁ ୬୮ଜଣ ସଦସ୍ୟା / ସଦସ୍ୟ ଅଂଶ ଗ୍ରହଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.