ଓଡ଼ିଆ ବାର୍ତ୍ତା/ କଟକ: ଉପର ଓ ମହାନଦୀ ପଠା ତଳ ପଡିଆରେ ମେଳିଛି ସହସ୍ରାଧିକ ବିପଣନ ସାମଗ୍ରୀର ପସରା । ଠୁଙ୍କା ପୁରୀ, ଆଳୁଦମ ଦହିବରା, ମଥୁରା କେକ, ଗୁପଚୁପ ସାଙ୍ଗକୁ ରକମ ରକମର ସୁସ୍ୱାଦୁ ଖାଦ୍ୟ, ଭଳିକି ଭଳି ଦୋଳି ଆଉ ଓରମାସର ପଲିଶ୍ରୀ ମେଳା ହାତଠାରି ଡାକୁଛି ଦର୍ଶକଙ୍କୁ । ଆଉ ଆରମ୍ଭ ଦିନରୁ ବୁଲା ବୁଲି ସାଙ୍ଗକୁ କିଣାଣିକିରେ ମଜି ଗଲେଣି ଦର୍ଶକ । ଚଳିତ ବର୍ଷ ୮ ଦିନ ଧରି ଆୟୋଜିତ ହେଉଥିବା ବାଲିଯାତ୍ରାକୁ ପ୍ରତିଥର ପରି ଏଥର ଆସିଛି ବିଭିନ୍ନ ରକମର ସୁସ୍ୱାଦୁ ଖାଦ୍ୟ, ଭଳିକି ଭଳି ଦୋଳି, ସାଂସ୍କୃତିକ ବିଚିତ୍ରା ସାଙ୍ଗକୁ ଓରମାସ ବଜାର ।
ସେପଟେ ଜିଲ୍ଲା ପ୍ରଶାସନ ଯାତ୍ରାକୁ ଅଧିକ ଆକର୍ଷଣୀୟ ଓ ମନୋରଞ୍ଜନ ଧର୍ମୀ କରିବା ପାଇଁ ୧୩ଟି ରାଷ୍ଟ୍ରର ରାଷ୍ଟ୍ରଦୂତଙ୍କ ସମେତ ୮ ଦେଶର କଳାକାରକୁ ଆମନ୍ତ୍ରଣ କରିଛି । ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟାଙ୍ଗନା ମାନେ ନିଜ ନିଜ ର ନୃତ୍ୟ ପରିବେଷଣ କରିଥିଲେ। କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟାଙ୍ଗନା ମାନଙ୍କ ନୃତ୍ୟରେ ଝୁମିଥିଲେ ଦର୍ଶକ। ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ ଗୁରୁ ଶ୍ରୀମତି ପୁଷ୍ପିତା ମିଶ୍ର ଓ ଅନୁଷ୍ଠାନ ର ପ୍ରିନ୍ସିପାଲ୍ ଗୁରୁ ମିତା ଦାସ ଙ୍କ ନିର୍ଦ୍ଦେଶନା ରେ କଳିଙ୍ଗାୟନ ତୌର୍ୟତ୍ରିକମା ନୃତ୍ୟ ଅନୁଷ୍ଠାନର ନୃତ୍ୟାଙ୍ଗନାମାନେ ନିଜ ନିଜ ନୃତ୍ୟ ପରିବେଷଣ କରି ଦର୍ଶକ ମାନଙ୍କ ମନ ମୋହିଥିଲେ।