ଡୁଙ୍ଗୁରିପାଲି ବ୍ଲକରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାମ ପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ଯା ନିହିତ ୧୧୪ ଗୋଟି ପଞ୍ଜୀକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ।

Omkar Vasthu
Omkar Vasthu

ସେଥିରୁ ବ୍ୟକ୍ତିଗତ ଦରଖାସ୍ତ ୧୦୭ ଗୋଟି ଗ୍ରହଣ କରାଯାଇଥିବା ବେଳେ ୭ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି। ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଗୋଟିଏ ଜରୁରୀ କାଳୀନ ଆର୍ଥିକ ସହାୟତା ମିଳିବା ପାଇଁ ହସ୍ତଗତ ହୋଇଥିବା ଆବେଦନ ପତ୍ରର ତଦନ୍ତ ପାଇଁ ପ୍ରେରଣ କରାଯାଇଛି। ଏହି ଅବସରରେ ଜିଲ୍ଲା ଶ୍ରମ ବିଭାଗ ତରଫରୁ ଅନ୍ଧାରିବାଞ୍ଜି ଗ୍ରାମ ପଞ୍ଚାୟତର ନାରାୟଣ ସାହୁଙ୍କୁ ଶିଶୁଙ୍କ ଶିକ୍ଷା ସହାୟତା ନିମନ୍ତେ ୮,୪୦୦ ଟଙ୍କା ମାୟାବର୍ହା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଧାନବାସ ଗ୍ରାମର ସୁକାନ୍ତ ଛତରଙ୍କୁ ବିବାହ ପ୍ରୋତ୍ସାହନ ସହାୟତା ନିମନ୍ତେ ୫୦,୦୦୦ ହଜାର ଟଙ୍କା, ଶୁଖା ଗ୍ରାମର ସୁଭଦ୍ରା ଭୋଇଙ୍କୁ ଅନ୍ତିମ ସଂସ୍କାର ସହାୟତା ନିମନ୍ତେ ୫,୦୦୦ ଟଙ୍କା ଓ ମୃତ୍ୟୁ କାଳୀନ ସହାୟତା ନିମନ୍ତେ ଇଚ୍ଛାପୁର ଗ୍ରାମର ଶ୍ରୀମତୀ ଫୁଲ ତରିଆ ୨ ଲକ୍ଷ ଟଙ୍କାର ଶ୍ରମିକ କଲ୍ୟାଣ ଆର୍ଥିକ ସହାୟତାର ଡେମୋ ଚେକ୍ ପ୍ରଦାନ କରାଯାଇଥିଲା।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery

ଏହି ଡେମୋ ଚେକ୍ ବିତରଣ ସମୟରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସମେତ ଜିଲ୍ଲା ଶ୍ରମ ଅଧିକାରୀ ସୁଶ୍ରୀ ସବିତା କୁମାରୀ ନାୟକ ଓ ଅତିରିକ୍ତ ଜିଲ୍ଲା ଶ୍ରମ ଅଧିକାରୀ ଉପସ୍ଥିତ ଥିଲେ।ଡୁଙ୍ଗୁରିପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିପିନ କୁମାର ଦୀପଙ୍କ ତାତ୍ବାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଡୁଙ୍ଗୁରିପାଲି ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ଅହଲ୍ୟା ସାହୁଙ୍କ ସମେତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର ଅଶ୍ଵିନୀ କୁମାର ମେହେର, ଉପଜିଲ୍ଲାପାଳ ସୋନପୁର ଶ୍ରୀ ଶ୍ରୀମତୀ ସୌମ୍ୟାରୂପା ରଥ, ତହସିଲଦାରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ତଥା ବ୍ଲକ ସ୍ତରୀୟ ଅଧିକାରୀ ଓ ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.