ଆର୍ଥିକ ସାକ୍ଷରତା ଓ ଜମାକାରୀ ସଚେତନତା ତାଲିମ କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ବେଦାନ୍ତ ଲାଞ୍ଜିଗଡ ସହାୟତା ଓ ମହାଶକ୍ତି ଫାଉଣ୍ଡେସନ ତରଫରୁ ଲାଞ୍ଜିଗଡ ବ୍ଲକର ଆଦିକଳା ପ୍ରକଳ୍ପ ତାଲିମ କେନ୍ଦ୍ର ଠାରେ ଆର୍ଥିକ ସାକ୍ଷରତା ଓ ଜମାକାରୀ ସଚେତନତା ତାଲିମ ଅନୁଷ୍ଠିତ ହୋଇ ଯାଇଛି। ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ ବେଦାନ୍ତ ସିଏସଆର ମୁଖ୍ୟ ଶିଶିର ତରଫଦାର, ସାରାଂଶ ଅଗ୍ନିହୋତ୍ରୀ, ଆଦିକଳା ପ୍ରକଳ୍ପ ଅଧିକାରିଣୀ ସୁଶ୍ରୀ ବନଶ୍ରୀ ଜେନା ଓ ମହାଶକ୍ତି ଫାଉଣ୍ଡେସନର ପ୍ରତିଷ୍ଠାତା ସଦସ୍ୟ ତଥା ତାଲିମଦାତା ପ୍ରକାଶ ଚନ୍ଦ୍ର ସାହୁ ପ୍ରମୁଖ ଉଦ୍ଘାଟନ କରିଥିଲେ।

Omkar Vasthu
Omkar Vasthu

ଏହି ତାଲିମ ରେ ସ୍ଵୟଂ ସହାୟକ ଗୋଷ୍ଠୀ ଓ ସୌରା ଏବଂ ଡୋକ୍ରା ପ୍ରକଳ୍ପର ସଦସ୍ୟା ମାନେ ବିଭିନ୍ନ ବ୍ୟାଙ୍କ୍ ଓ ଆର୍ଥିକ ଅନୁଷ୍ଠାନ ରୁ ପାଇଥିବା ଋଣର ଉଚିତ୍ ବିନିଯୋଗ, ବ୍ୟବସାୟ ପାଇଁ ଆବଶ୍ୟକତା ଅନୁଯାୟୀ ଋଣ ଦରଖାସ୍ତ, ରୋଜଗାର ଭିତ୍ତିକ ବ୍ୟବସାୟର ଆୟରୁ ଋଣ କିସ୍ତି ଫେରସ୍ତ ତଥା ଅତ୍ୟଧିକ ଋଣ ଭାରଗ୍ରସ୍ତ ନହେବା ଇତ୍ୟାଦି ବିଷୟରେ ବିଶଦ ଭାବେ ଆଲୋଚନା କରାଯାଇଥିଲା। ତାଲିମ କାର୍ଯ୍ୟକ୍ରମରେ ପରିବାର ର ବାର୍ଷିକ ଆୟ ଓ ବ୍ୟୟ ଅଟକଳ ଯୋଜନା କରି ଆୟ ଅନୁଯାୟୀ ବ୍ୟୟ କଲେ ହିଁ ପରିବାରର ଆର୍ଥିକ ସ୍ଥିତି ସୁଦୃଢ ହୋଇପାରିବ। ଭବିଷ୍ୟତରେ ହେବାକୁ ଥିବା ବିଭିନ୍ନ ଖର୍ଚ୍ଚ କୁ ଆକଳନ କରି ପରିବାର କୁ ଠିକ୍ ଭାବେ ପରିଚାଳନା କରିପାରିବେ।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery

କାର୍ଯ୍ୟକ୍ରମରେ ମହାଶକ୍ତି ଫାଉଣ୍ଡେସନ ର ତାଲିମଦାତା ପ୍ରକାଶ ଚନ୍ଦ୍ର ସାହୁ ଯୋଗ ଦେଇ ତାଲିମ ପ୍ରଦାନ କରିଥିଲେ।ସୁଶ୍ରୀ ବନଶ୍ରୀ ଜେନା, ରଞ୍ଜନ ଛତ୍ରିଆ ଓ ମହାଶକ୍ତି ଫାଉଣ୍ଡେସନ ର ଆଦିକଳା ପ୍ରକଳ୍ପ ର କର୍ମକର୍ତ୍ତା କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ।ଏହି କର୍ମଶାଳା ରେ ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀ, ଗୋଷ୍ଠୀ ସହାୟିକା, ଶୌରା ଓ ଡୋକ୍ରା କାରିଗର ୪୨ଜଣ ସଦସ୍ୟା / ସଦସ୍ୟ ଅଂଶ ଗ୍ରହଣ କରିଥିଲେ। ଶେଷରେ ପ୍ରକଳ୍ପ ଅଧିକାରିଣୀ ସୁଶ୍ରୀ ବନଶ୍ରୀ ଜେନା ଧନ୍ୟବାଦ ଅର୍ପଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.