ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ଆସନ୍ତାକାଲି ୬ ତାରିଖ ଶୁକ୍ରବାର ଦିନ ସକାଳ ୮ ଟା ରୁ ଅପରାହ୍ନ ୫ ଟା ପର୍ଯ୍ୟନ୍ତ ସୁବର୍ଣ୍ଣପୁର ଜିଲ୍ଲାରେ ବିଦ୍ୟୁତ୍ ସରବରାହ ବନ୍ଦ ରହିବା ନେଇ ଓଡିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ ଲିଃ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଯୋଗ୍ୟ ଯେ ୧୩୨/୩୩ କେଭି ଗ୍ରିଡର ମେଣ୍ଟନାନ୍ସ କାର୍ଯ୍ୟ ପାଇଁ ଏହି ବିଦ୍ୟୁତ୍ କାଟ ହେବା ନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।