ବିନିକା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ରାମପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୯୭ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୮୯ ଗୋଟି ଗ୍ରହଣ କରାଯାଇଥିବା ବେଳେ ୦୮ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ୨ ଗୋଟି ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଛି। ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।ବିଡିଓ ମଣ୍ଟୁ ଖମାରୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ସମେତ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, ଉପଜିଲ୍ଲାପାଳ ସୋନପୁର ଶ୍ରୀମତୀ ସୌମ୍ୟାରୁପା ରଥ, ଜିଲ୍ଲା ଜନ ସ୍ୱାସ୍ଥ୍ୟଧିକାରୀ ଡା. ପ୍ରଦୀପ କୁମାର ଗୁରୁ, ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ, ଅତିରିକ୍ତ ଜିଲ୍ଳା ଯୋଗାଣ ଅଧିକାରୀ ରେବତୀ ସିଂ, ଆର ଡବ୍ଲୁ ଏସ ଏସ ଅଧିକ୍ଷଣ ଯନ୍ତ୍ରୀ ତପନ ପଧାନ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଡେପୁଟି କଲେକ୍ଟର ଜରୁରୀ ଶାଖା କୃଷ୍ଣ ମୋହନ ସିଂ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ଶ୍ରମ ଅଧିକାର, ତହସିଲଦାର ବିନିକା ସୀତାରାମ ଭୋଇ, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.