ପ୍ରଫେସର୍ ବୈଷ୍ଣବ ଚରଣ ସାମଲ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଓଡ଼ିଆ ବାର୍ତ୍ତା/ ବାଲେଶ୍ଵର (କୃଷ୍ଣ କୁମାର ମହାନ୍ତି): ଖ୍ୟାତନାମା ସାହିତ୍ୟିକ ପ୍ରଫେସର୍ ବୈଷ୍ଣବ ଚରଣ ସାମଲ ଚଳିତ ବର୍ଷର ମର୍ଯ୍ୟାଦାଜନକ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ପ୍ରବନ୍ଧ ପୁସ୍ତକ ‘ଭୂତି ଭକ୍ତି ବିଭୂତି’ ଲାଗି ସେ ଏହି ପୁରସ୍କାର ପାଇବେ ବୋଲି ଓଡ଼ିଆ ପରାମର୍ଶଦାତା କମିଟିର ଆବାହକ ଡକ୍ଟର ଗୌରହରି ଦାସ ଜଣାଇଛନ୍ତି। ପ୍ରବନ୍ଧ ଓ ସମାଲୋଚନା କ୍ଷେତ୍ରରେ ବେଶ ଜଣାଶୁଣା ପ୍ରଫେସର୍ ବୈଷ୍ଣବ ଚରଣ ସାମଲ ଉତ୍କଳ ବିଶ୍ବବିଦ୍ୟାଳୟ ଓ ଶାନ୍ତିନିକେତନ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟରେ ପ୍ରଫେସର୍ ଭାବେ କାର୍ଯ୍ୟ କରିଥିଲେ। ଓଡ଼ିଶା ସାହିତ୍ୟର ଇତିହାସ, ଓଡ଼ିଆ କ୍ଷୁଦ୍ରଗଳ୍ପର ଇତିବୃତ୍ତ, ଓଡ଼ିଆ ଗଳ୍ପ: ଉନ୍ମେଷ ଓ ଉଚ୍ଚାରଣ, ଗଣକବି ସାହିତ୍ୟ ସମୀକ୍ଷା, ସମୀକ୍ଷାଲୋକ, ସମାଲୋଚନା: ସ୍ବର ଓ ସ୍ବାକ୍ଷର, ବୈଷ୍ଣବ ଚରଣ ସାମଲଙ୍କ ରମ୍ୟରଚନା ସମଗ୍ର ଆଦି ସମେତ ତାଙ୍କର ୧୨୦ ଖଣ୍ଡ ପୁସ୍ତକ ପ୍ରକାଶିତ ହୋଇଛି। ‘ଜଣେ ବଣା ବାଟୋଇର କାହାଣୀ’ ହେଉଛି ତାଙ୍କର ଆତ୍ମଜୀବନୀ ପୁସ୍ତକ। ୧୯୩୯ ମସିହା ଜାନୁଆରି ୨୭ ତାରିଖରେ ସେ ଜନ୍ମଗ୍ରହଣ କରିଥିଲେ। ପ୍ରଫେସର୍ ବୈଷ୍ଣବ ଚରଣ ସାମଲଙ୍କୁ ମର୍ଯ୍ୟାଦାଜନକ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳୁଥିବାରୁ ତାଙ୍କ ନିକଟକୁ ସାହିତ୍ୟିକ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.