ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାଳିକା ମାନଙ୍କ ପାଇଁ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍ଘାଟିତ

ଶୃଙ୍ଖଳିତ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଛାତ୍ରୀ ମାନଙ୍କ ଆତ୍ମ-ବିଶ୍ବାସ ବଢାଇଥାଏ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ସୁଶାନ୍ତ କୁମାର ଦଳେଇ): କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଗୋଲାମୁଣ୍ଡା ସ୍ଥିତ ସର୍ଵ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକାଦଶ ଶ୍ରେଣୀରେ ଅଧ୍ୟୟନରତ ଛାତ୍ରୀଙ୍କ ପାଇଁ ଉଦ୍ଧିଷ୍ଟ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇ ଯାଇଛି। ଏହି ଅଷ୍ଟ-ଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉଦ୍ଘାଟନୀ ସଭାରେ ଅଧ୍ୟକ୍ଷ ଜୟନ୍ତ କୁମାର ଜେନା ସଭାପତିତ୍ବ କରିବା ସହ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ। ମୁଖ୍ୟ ଅତିଥି ଭାବେ ଗୋଲାମୁଣ୍ଡା ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ୱେତପଦ୍ମା ସେଠ୍, ସମ୍ମାନିତ ଅତିଥି ଭାବେ ଥାନା ସବ୍-ଇନ୍ସପେକ୍ଟର ରାଜେଶ୍ ପରିଡ଼ା ଓ ପ୍ରାଧ୍ୟାପକ ସରୋଜ କାନ୍ତ ରଥ , ମୁଖ୍ୟ ବକ୍ତା ଭାବେ ଅଧ୍ୟାପକ ପ୍ରତାପ ଚନ୍ଦ୍ର ନାୟକ ଯୋଗ ଦେଇ ଛାତ୍ରୀ ମାନଙ୍କୁ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉପାଦେୟତା ବିଷୟରେ ବକ୍ତବ୍ୟ ରଖିଥିଲେ। ଆତ୍ମ ସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଜିଲ୍ଲା ସଂଯୋଜକ ଅଧ୍ୟାପକ ଶାନ୍ତନୁ କୁମାର ପରିଡ଼ା ମଞ୍ଚ ପରିଚାଳନା କରିଥିଲେ ଓ କାର୍ଯ୍ୟକ୍ରମ୍ ଅଧିକାରୀ ଅଧ୍ୟାପକ ଲିଙ୍ଗେଶ୍ୱର ମେହର ଧନ୍ୟବାଦ ଅର୍ପଣ କରିଥିଲେ। କ୍ରୀଡା ଶିକ୍ଷକ ସନ୍ତୋଷ କୁମାର ବାରିକ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ମାଷ୍ଟର ପ୍ରଶିକ୍ଷିକା ସୋନାଲି ପଣ୍ଡା ଓ ବନିତା ରାଉତ ଏକାଦଶ ଶ୍ରେଣୀରେ ଅଧ୍ୟୟନରତ କଳା ବିଜ୍ଞାନ ଓ ବାଣିଜ୍ୟ ବିଭାଗର ଏକଶହ ଛାତ୍ରୀଙ୍କୁ ଏହି ପ୍ରଶିକ୍ଷଣ ଦେଇଥିଲେ। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାନୁଆରୀ ୭ ତାରିଖରୁ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଅଧ୍ୟକ୍ଷଙ୍କ ଠାରୁ ପ୍ରକାଶ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.