ରାକ୍ସିଠାରେ ପଞ୍ଚାୟତସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୫ ଅନୁଷ୍ଠିତ 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର):  ନର୍ଲା ବ୍ଲକ ଅନ୍ତର୍ଗତ ରାକ୍ସିଠାରେ ମଙ୍ଗଳବାର ପଞ୍ଚାୟତସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୫ ଅନୁଷ୍ଠିତ ହୋଇଯାଇଛି। ରାକ୍ସି ସରପଞ୍ଚ ଯେମନ୍ତ ପୋଢଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ନର୍ଲା ଜୋନ୍-୨ ଜିଲ୍ଲା ପରିଷଦ ସଦସ୍ୟ ହରିଶଙ୍କର ମାଝୀ, ସମ୍ମାନିତ ଅତିଥି ଭାବେ ନର୍ଲା ବିଡ଼ିଓ ବିପିନ ବିହାରୀ ଦୀପ, ଓଡ଼ିଆ ବାର୍ତ୍ତା ସଂପାଦକ ସୁନୀଲ କୁମାର ଧଙ୍ଗଡାମାଝୀ, ରାକ୍ସି ସମିତି ସଭ୍ୟ ଚୁମନ ଭୋଇ, ଦେବଗିରି ସାଂସ୍କୃତିକ ଅନୁଷ୍ଠାନର ସଭାପତି ସଞ୍ଜୟ କୁମାର ଧଙ୍ଗଡାମାଝୀ, ଜିପିଓ ରବି କୁମାର ନାଏକ, ଏଇ ଅନନ୍ତ ମାହାଲି, ବିପିସି ଭୋଳା ଶଙ୍କର ଦାଶ ପ୍ରମୁଖ ମଞ୍ଚାସୀନ ଥିଲେ। ପ୍ରାରମ୍ଭରେ ଧରଣୀ ଶାଳରୁ ମଞ୍ଚକୁ ଏକ ବିଶାଳ ଶୋଭାଯାତ୍ରାରେ ମଶାଲ ପହଞ୍ଚିବା ପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ପୂର୍ବରୁ ପଞ୍ଚାୟତ ଅଧିନ ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତି ଶିକ୍ଷାର୍ଥୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏଥିରେ କଳାହାଣ୍ଡିର ବୀର ବାଦ୍ୟ ଘୁମୁରା ସହ ଅନେକ ସାଂସ୍କୃତିକ କାର୍ଯ୍ୟକ୍ରମମାନ ପ୍ରଦର୍ଶିତ ହୋଇଥିଲା। ବୁଢୀପଦର, ରାକ୍ସି, ଗୋଖରା, ନୂଆପଡା ଓ ଖାଇଚୁଆଁ ବିଦ୍ୟାଳୟର କୁନି କୁନି ଛାତ୍ରଛାତ୍ରୀମାନେ ଏକକ ଏବଂ ଦଳଗତ ନୃତ୍ୟ ପରିବେଷଣ କରିଥିଲେ। ଶିକ୍ଷାବିତ୍ ମନୋଜ କୁମାର ଭୋଇ ମଞ୍ଚ ପରିଚାଳନା କରିଥିବାବେଳେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ସହଶ୍ରାଂଶୁ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ନାଏବ ସରପଞ୍ଚ କୁନ୍ତି ମାଝୀ, ପଞ୍ଚାୟତର କର୍ମଚାରୀ ଓ ସମସ୍ତ ଓ୍ବାର୍ଡ ସଭ୍ୟ ସଭ୍ୟା ସହଯୋଗ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.