ମୁର୍ସିଙ୍ଗ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ ଅନ୍ତର୍ଗତ ମୁର୍ସିଙ୍ଗ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏକ ବର୍ଣ୍ଣାଢ଼୍ୟ ପରିବେଶ ମଧ୍ୟରେ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ଶରତ କୁମାର ଭୋଇଙ୍କ ଅଧ୍ୟକ୍ଷତାରେ ଏନେଇ ଆୟୋଜିତ ସମାରୋହରେ ମୁଖ୍ୟ ଅତିଥି ଭାବରେ ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତି, ମୁଖ୍ୟ ବକ୍ତା ଭାବେ ନର୍ଲା ବିଡ଼ିଓ ବିପିନ ବିହାରୀ ଦୀପ, ସମ୍ମାନିତ ଅତିଥି ଭାବେ ନର୍ଲା ବିଇଓ ତପିମଣି ଜାନି, ଏବିଇଓ ଗୋବର୍ଦ୍ଧନ ମାଝୀ, କର୍ମେ ସରପଞ୍ଚ ମୋନଜ ମହାନନ୍ଦ, ସମାଜସେବୀ ଓ ପୂର୍ବତନ ସରପଞ୍ଚ ପ୍ରମିଳା ପଧାନ, ବିଦ୍ୟାଳୟ ପରିଚାଳନା ସମିତି ଅଧ୍ୟକ୍ଷ ମଳୟ ପଧାନ ପ୍ରମୁଖ ମଞ୍ଚାସୀନ ରହି ବିଦ୍ୟାଳୟର ପ୍ରଗତି, ଛାତ୍ର ଛାତ୍ରୀ ମାନଙ୍କ ଅଧ୍ୟବସାୟ ଓ ଅଭିଭାବକ ମାନଙ୍କର ସହଯୋଗକୁ ପ୍ରଶଂସା କରିଥିଲେ। ଶ୍ରୀଜଗନ୍ନାଥ ଉଚ୍ଚ ବିଦ୍ୟାଳୟର ଖେଳ ଶିକ୍ଷକ ମନୋଜ କୁମାର ଭୋଇ ମଞ୍ଚ ପରିଚାଳନା କରିଥିବାବେଳେ ପ୍ରଧାନ ଶିକ୍ଷକ ଶରତ କୁମାର ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ। ଶିକ୍ଷକ, ଶିକ୍ଷୟତ୍ରୀ ମାନଙ୍କର ବଳିଷ୍ଠ ନିର୍ଦ୍ରେଦେଶନାରେ ଛାତ୍ରଛାତ୍ରୀମାନେ ମନମୁଗ୍ଧକର ନୃତ୍ୟ ଓ ସଂଗୀତ ପରିବେଷଣ କରିଥିଲେ। ଏହି ଅବସରରେ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରଯାଇଥିଲା।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.