ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ସ୍ୱାଧୀନତା ସଂଗ୍ରାମୀ ଦୁଇ ବିପ୍ଲବୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଗୁରୁବାର ପାଳିତ ହୋଇଯାଇଛି। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ପୌର ପରିଷଦର ନିର୍ବାହୀ ଅଧିକାରୀ ୠଷି ମାଝୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ଵିନୀ କୁମାର ଭୋଇ, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପଧାନ ତଥା ସହରର ମାନ୍ୟଗଣ୍ୟ ବ୍ୟକ୍ତି ପ୍ରମୁଖ ପଟଭାଡ଼ି ଠାରେ ଥିବା ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମ ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ପ୍ରଧାନ ପରାକ୍ରମର ପରାକାଷ୍ଠାର ପ୍ରତୀକ ଭାରତୀୟ ସ୍ଵାଧୀନତା ସଂଗ୍ରାମର ମହାନାୟକ ନେତାଜୀ ଏବଂ ଓଡ଼ିଶାର ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜୀବନୀ ବିଷୟରେ ଉଲ୍ଲେଖ କରି ସେମାନଙ୍କ ଜୀବନ ଦର୍ଶନର ପ୍ରେରଣା ନେବାକୁ ପରାମର୍ଶ ଦେଇଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.