ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ ଯୋଗ ଦେବେ ମନ୍ତ୍ରୀ ରବି ନାଏକ

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ଜାନୁୟାରୀ ୨୬ ଉପଲକ୍ଷେ ଜିଲ୍ଲା ସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ସୁବର୍ଣ୍ଣପୁର ଠାରେ ମହାସମାରୋହରେ ପାଳନ କରାଯିବା ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଏହି ଉପଲକ୍ଷେ ସକାଳ ଘ.୮.୩୦ ମି ସମୟରେ ସୁବର୍ଣ୍ଣପୁର ରାମେଶ୍ବର ଷ୍ଟାଡିୟମଠାରେ ଶ୍ରୀଯୁକ୍ତ ରବି ନାରାୟଣ ନାଏକ, ମାନ୍ୟବର ମନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ଓଡିଶା ସରକାର ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ସ୍ବାଭିମାନର ପ୍ରତୀକ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ଅଭିବାଦନ ଗ୍ରହଣ କରିବେ ଓ ସମବେତ ଜନତାଙ୍କୁ ଉଦ୍‌ବୋଧନ ଦେବା ନେଇ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.