ଚୋରମରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଓଡିଆ ବାର୍ତ୍ତା/ ଭୁତିଆରବାହାଲ (ପଞ୍ଚାନନ ଭୋଇ): ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ଅନ୍ତର୍ଗତ ଚୋରମରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଓ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଛି। ପ୍ରଧାନଶିକ୍ଷକ କୈଳାଶ ଚନ୍ଦ୍ର ଭୋଇଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ରୂପେ ଦେଓଗାଁ ବ୍ଲକ ଅଧ୍ଯକ୍ଷ ଦୟାନିଧି ଖମାରି, ମୁଖ୍ଯ ବକ୍ତା ରୂପେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଅଜିତ କୁମାର ମିଶ୍ର, ସମ୍ମାନିତ ଅତିଥି ରୂପେ ସାରସମାଲ ସରପଂଚ ଗୋପାଳ ଚନ୍ଦ୍ର ବାଗ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଦାଶରଥି ଥନାପତି ଓ ବଡବନ୍ଧ ସିଆରସିସି ଜଗଦୀଶ ପଧାନ ଯୋଗଦେଇଥିଲେ। 

ଅତିଥି ପରିଚୟ ସହକାରୀ ଶିକ୍ଷୟିତ୍ରୀ ମିକି ଭୋଇ ପ୍ରଦାନ କରିଥିବା ବେଳେ ମଞ୍ଚ ପରିଚାଳନା କରିଥିଲେ ସହକାରୀ ଶିକ୍ଷକ ସୁଶାନ୍ତ କୁମାର ମହାନ୍ତି। ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ଯରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ସହକାରୀ ଶିକ୍ଷକ ସୁଶାନ୍ତ ସାହୁ ଧନ୍ଯବାଦ ଅର୍ପଣ କରିଥିଲେ। ଗଣ୍ତାରାମ ସାହୁ, ବିନାୟକ ଥନାପତି, ସୀତା ସାହୁ, ମିତ୍ରଭାନୁ ଭୋଇ, ରାଜା କରନ, ସୁଧୀର ବାଗ ପ୍ରମୁଖ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.