ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା ସଦର ପଂଚାୟତ ସମିତି ସମ୍ମିଳନୀ କକ୍ଷରେ ମହାତ୍ମାଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ଓ ପଞ୍ଚଦଶ ଅର୍ଥ ଆୟୋଗ ଅନୁଦାନ ର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ସୁବର୍ଣ୍ଣପୁର ତଥା ଜନ ଶୁଣାଣି କମିଟିର ଅଧକ୍ଷ ଶ୍ରୀଯୁକ୍ତ ରାଜେନ୍ଦ୍ର ମାଝୀ, ସଦସ୍ୟ ଗୋବିନ୍ଦ ମହାରଣା, ଦିନନାଥ ବାଘ, ପଂଚାୟତ ସମିତି ଅଧକ୍ଷ ପ୍ରହଲ୍ଲାଦ ନାୟକ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୌମ୍ୟ ରଞ୍ଜନ ସ୍ୱାଇଁ, ଜିଲ୍ଲା ପରିଷଦ ସଭ୍ୟ ମଧୁସୂଦନ ଓତା ଯୋଗ ଦେଇ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ, ପ୍ରାରମ୍ଭରେ ଇଷ୍ଟଦେବୀ ସୁରେଶ୍ୱରୀ ଫୋଟଚିତ୍ରରେ ମାଲ୍ୟାର୍ପଣ ପୂର୍ବକ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା। ବ୍ଲକର ମୋଟ ୫୧ଜଣ ଶହେ ଦିନ କାର୍ଯ୍ୟ ସମ୍ପୂର୍ଣ କରିଥିବା ଶ୍ରମିକ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସଭାକୁ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ ସୋନାଲି ଦାସ ପରିଚାଳନା କରିଥିବା ବେଳେ ବ୍ଲକ ସାମାଜିକ ସମୀକ୍ଷକ ସୁଦାମ ଗାଈଗରିଆ ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ବ୍ଲକର ଅଣ କୁଶଳୀ, ସମସ୍ତ ନିର୍ବାଚିତ ଜନ ପ୍ରତିନିଧି, ଗ୍ରାମ ସମ୍ବଳ କର୍ମୀ, ବନ ବିଭାଗ, ଉଦ୍ୟାନ ବିଭାଗ, ମୃତ୍ତିକା ସଂରକ୍ଷଣ ବିଭାଗ ଅଧିକାରୀ ମାନେ ଉପସ୍ଥିତ ଥିଲେ।





