ଅତାସିଂହା ଉଚ୍ଚପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳନ

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୋନପୁର ଜିଲ୍ଲା ତରଭା ବ୍ଲକ ଉଚ୍ଚପ୍ରାଥମିକ ବିଦ୍ୟାଳୟ ଓ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ବାର୍ଷିକ ଉତ୍ସବ ପ୍ରଧାନ ଶିକ୍ଷୟିତ୍ରୀ ସ୍ନେହଲତା ସାହୁ ସଭାପତିତ୍ବରେ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ତରଭା ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ନାରାୟଣ ମିଶ୍ର, ମୁଖ୍ୟ ବକ୍ତା ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ସତ୍ୟନାରାୟଣ ମହାପାତ୍ର, ସମ୍ମାନିତ ଅତିଥି ଭାବେ ପୂର୍ବତନ ବିଧାୟକ ଶିଯୁକ୍ତ ଅଚ୍ୟୁତ ବିଶ୍ଵାଳ, ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶ୍ରୀଯୁକ୍ତ କନିଷ୍କ ବିଶ୍ଵାଳ ମଞ୍ଚାସିନ ଥିଲେ।

Omkar Vasthu
Omkar Vasthu

ମଞ୍ଚ ପରିଚାଳନ କରିଥିଲେ ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ ସଚ୍ଚିଦାନନ୍ଦ ମେହେର। ପ୍ରଧାନ ଶିକ୍ଷୟିତ୍ରୀ ବାର୍ଷିକ ବିବରଣୀ ପଠନ କରିବା ସହ ଆବଶ୍ୟକ ଥିବା ଶ୍ରେଣୀ ଗୃହ ଓ ଅନ୍ୟାନ୍ୟ ବିଷୟ ଉପରେ ଅଧିକାରୀ ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ମୁଖ୍ୟ ଅତିଥି ଛାତ୍ର/ଛାତ୍ରୀ କୁ ଉଦବୋଧନ ଦେଇଥିଲେ। ମୁଖ୍ୟ ବକ୍ତା ଛାତ୍ର ଛାତ୍ରୀ ମାନଙ୍କୁ ଜୀବନ ପଥରେ ଅଗ୍ରସର ପାଇଁ ଗୁରୁମନ୍ତ୍ର ଦେଇଥିଲେ ।

Pearl dental clinic
Near Ashish Medical Store, Bhawanipatna

କୃତି ଛାତ୍ରଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥି ଓ ଅନ୍ୟ ଅତିଥି ପୁରସ୍କୃତ କରିଥିଲେ । ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ସହ ନାଟକ “ପରୀ” ପରିବେଷଣ କରାଯାଇଥିଲା ଶେଷରେ ପୂର୍ବତନ ଶିକ୍ଷକ କୃଷ୍ଣ ଚନ୍ଦ୍ର ବରାଡ ଧନ୍ୟବାଦ ଅର୍ପଣ କରିଥିଲେ। ସହଯୋକ କରିଥିଲେ ବିଦ୍ୟାଳୟ ର ଶିକ୍ଷୟିତ୍ରୀ ଅନିତରାଣୀ ମହାକୁଡ, ରଶ୍ମିତା ବିଶ୍ଵାଳ, ସୁନିତି ବେହେରା, କୁମୁଦିନୀ ସା, କୁନି ସାହୁ ଓ ଶିକ୍ଷକ ଶିବ କୁମାର ବେଜ୍।

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.