ଦେବୀ ସରସ୍ଵତୀଙ୍କ ଜନ୍ମ ବୃତ୍ତାନ୍ତ 

ବ୍ରହ୍ମାଣ୍ଡ ପୁରାଣମତେ, ସୃଷ୍ଟିର ଆରମ୍ଭ କାଳରେ ବ୍ରହ୍ମା ଯେତେବେଳେ ଧ୍ୟାନସ୍ଥ ଥିଲେ, ସେତେବେଳେ ତାଙ୍କ ଭିତରେ ସତ୍ତ୍ୱ ଗୁଣର ବିକାଶ ଘଟିଲା ଏବଂ ସେଥିରୁ ଦୁଗ୍‌ଧ ପରି ଶ୍ୱେତବର୍ଣ୍ଣର ଏକ କନ୍ୟା ଜାତ ହେଲେ। ବ୍ରହ୍ମା ତାଙ୍କର ପରିଚୟ ପଚାରିବାରୁ କନ୍ୟା କହିଲେ, ମୁଁ ତୁମଠାରୁ ଜାତ ହେଲି। ତେଣୁ ତୁମେ ମୋର ନାମକରଣ କର। ତାହା ଶୁଣି ବ୍ରହ୍ମା କହିଲେ, ତୁମର ନାମ ସ୍ୱରସ୍ୱତୀ ହେଉ। ବିଶେଷ କରି ବିଦ୍ୱାନମାନେ ତୁମକୁ ଆଦର ଓ ଭକ୍ତିରେ ପୂଜା କରିବେ। ବ୍ରହ୍ମବୈବର୍ତ୍ତ ପୁରାଣ ଅନୁଯାୟୀ ସୃଷ୍ଟି କାଳରେ ଈଶ୍ୱରଙ୍କ ଇଚ୍ଛାରୁ ଆଦ୍ୟାଶକ୍ତି ନିଜକୁ ପାଞ୍ଚ ଭାଗରେ ବିଭକ୍ତ କରି ନେଇଥିଲେ। ସେ ରାଧା, ପଦ୍ମା, ସାବିତ୍ରୀ, ଦୁର୍ଗା ଏବଂ ସରସ୍ୱତୀଙ୍କ ରୂପରେ ଭଗବାନ ଶ୍ରୀକୃଷ୍ଣଙ୍କ ବିଭିନ୍ନ ଅଙ୍ଗରୁ ସୃଷ୍ଟି ହୋଇଥିଲେ। ସେ ସମୟରେ ଶ୍ରୀକୃଷ୍ଣଙ୍କ କଣ୍ଠରୁ ଦେବୀ ସରସ୍ୱତୀ ଉତ୍ପନ୍ନ ହୋଇଥିଲେ। 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.