ଶ୍ରୀମନ୍ଦିରେ ବସନ୍ତ ପଞ୍ଚମୀ ନୀତି 

ଶ୍ରୀମନ୍ଦିରରେ ବସନ୍ତ ପଞ୍ଚମୀ ପାଳିତ ହୋଇଥାଏ। ମାଘ ଶୁକ୍ଳ ପଞ୍ଚମୀରେ ଶ୍ରୀଜୀଉମାନଙ୍କର ଘୋଡ଼ବସ୍ତ୍ର କଢ଼ାଯାଇ ‘ଜାମାଲାଗି’ ବସ୍ତ୍ର ପିନ୍ଧାଯାଏ। ଉକ୍ତ ତିଥିରେ ପ୍ରଥମ କରି ରଥକାଠ ଅନୁକୂଳ କରାଯାଏ। ଶ୍ରୀ ଜୀଉ ଶୀତବସ୍ତ୍ରକୁ ପରିହାର କରି ଗୈରିକ ବର୍ଣ୍ଣର ବସ୍ତ୍ର ପରିଧାନ କରନ୍ତି। ସେ ନିଜେ ହେଙ୍ଗୁ ଓ ହରଡ଼ ଗୁଣ୍ଡରେ ପ୍ରସ୍ତୁତ ବସନ୍ତ ପିଷ୍ଟକ ଗ୍ରହଣ କରିଥାନ୍ତି। ଶ୍ରୀମନ୍ଦିରରେ ବସନ୍ତ ଉତ୍ସବ ପାଳନ ସହ ଏହି ତିଥିରୁ ବେଣ୍ଟଯାତ୍ରା ଆରମ୍ଭ ହୋଇ ଦୋଳ ଯାଏଁ ଚାଲିଥାଏ। ବୈଷ୍ଣବ ମତରେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କର ଏହା ବନଗମନ ସମୟ। ପ୍ରଭୁ ଶ୍ରୀଜଗନ୍ନାଥଙ୍କର ପ୍ରତିନିଧି ଭାବେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କର ବିଗ୍ରହ ବେଣ୍ଟପୋଖରୀ ପାଖକୁ ଶିକାରରେ ଯାଆନ୍ତି। ସେଠାରେ ମୃଗ ଭାବେ ନଡ଼ିଆ ଏବଂ କସ୍ତୁରୀ ପୁଡ଼ିଆ ରଖାଯାଏ। ଠାକୁର ତାକୁ ବାଣ ସଂଯୋଗ କରନ୍ତି। ଏହି ଦିନ ଶ୍ରୀଜୀଉମାନଙ୍କର ସନ୍ଧ୍ୟାଧୂପ ପରେ ସରସ୍ୱତୀ ଦେବୀଙ୍କ ମନ୍ଦିରରେ ମାଦଳା ପାଞ୍ଜି ପୂଜା କରାଯାଏ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.